ପାହାଡ଼ରୁ ଧସିଲା ପଥର: ଯାତାୟାତ ସ୍ବାଭାବିକ କରିବା ପାଇଁ ଜାରି ରହିଛି ପ୍ରୟାସ

ଗଜପତି,୨୯ା୧୦(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର ): ଗଜପତି ଜିଲାରେ ଏସ୍‌. କରାଡ଼ାସିଂ ପଞ୍ଚାୟତ ବୋଣ୍ଡା ଗାଁରେ ଭୂସ୍ଖଳନ ହୋଇଛି। ଫଳରେ ବଣ୍ଡା, ଖିଲିଗଣ୍ଡା, କୁଡ଼ିଙ୍ଗି, ଉପର ସାଙ୍କୁରଡ଼ାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

ଗଜପତି ଜିଲା ଆର୍‌ ଉଦୟଗିରି ବ୍ଲକ ଅନଘା ପଞ୍ଚାୟତର ବଡ଼ ଗାଁ ପାହାଡ଼ରୁ ବିରାଟକାୟ ପଥର ପଡ଼ି ମଙ୍ଗଳବାର ମୁଖ୍ୟରାସ୍ତା ଅବରୋଧ ହୋଇ ରହିଥିଲା। ଯାହା ଫଳରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। ବୁଧବାର ମୋନ୍ଥାର ପ୍ରକୋପ ଶେଷ ହେବା ପରେ ଶୁଖିଲା ପାଗ ରହିଥିବା ବେଳେ ଗଜପତି ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ, ଆର୍‌. ଉଦୟଗିରି ବିଡିଓ, ତହସିଲଦାର, ଗ୍ରାମ୍ୟ ଉନ୍ନୟନ ନିର୍ବାହୀଯନ୍ତ୍ରୀ, ରାମଗିରି ପୋଲିସ ଟିମ୍‌ ଉପସ୍ଥିତ ରହି ଏନ୍‌ଡିଆର୍‌ଏଫ୍‌ର ଗୋଟିଏ ଟିମ ଦ୍ୱାରା ମେଶିନ ସାହାଯ୍ୟରେ ରାସ୍ତାରେ ପଡ଼ି ରହିଥିବା ବିରାଟକାୟ ପଥରକୁ କଟାଯାଉଥିବା ଦେଖିବାକୁ ମିଳିଛି। ଅତିଶୀଘ୍ର ରାସ୍ତାରେ ପଡ଼ିରହିଥିବା ପଥରକୁ ହଟାଯାଇ ରାସ୍ତା ସ୍ବାଭାବିକ ହେବ ବୋଲି ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯(ବନ୍ଦନା ସେଠୀ): ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?