ରେଳଲାଇନରେ ଖସିଲା ପଥର, ମାଟି ଅତଡ଼ା

ରାୟଗଡ଼ା,୧୪।୯(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲାରେ ବୁଧବାର ପ୍ରବଳ ବର୍ଷା ଯୋଗୁ ରାଉଳି ଓ ଲେଲିଗୁମା ରେଳ ଷ୍ଟେଶନ ମଧ୍ୟରେ ବୁଧବାର ସକାଳ ପ୍ରାୟ ୯ଟା ୩୦ ମିନିଟ୍‌ରେ ଭୂସ୍ଖଳନ ଘଟିଛି। ପାହାଡ଼ରୁ ପଥର ଓ ମାଟି ଅତଡା ଖସି କୋରାପୁଟ-ରାୟଗଡ଼ା ରେଳପଥରେ ଜମାହେବାରୁ ଦୀର୍ଘ ୬ଘଣ୍ଟା ଧରି ଏହି ରୁଟ୍‌ରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ସକାଳ ସମୟରେ ବିଶାଖାପାଟଣା-କୋରାପୁଟ ଓ କୋରାପୁଟ-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍‌ ଏହି ରୁଟ୍‌ ଦେଇ ଯିବାର ଅଳ୍ପ ସମୟ ପୂର୍ବରୁ ଏହି ଭୂସ୍ଖଳନ ଘଟିଥିବାରୁ ଏକ ବଡ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ରାୟଗଡ଼ାଠାରୁ ରେଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ସଫେଇ କାର୍ଯ୍ୟ କରିବା ପରେ ଅପରାହ୍ନ ପ୍ରାୟ ୩ଟାରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲା। ରେଳ ଚଳାଚଳ ବାଧାପ୍ରାପ୍ତ ଯୋଗୁ ରାୟଗଡ଼ା, ସିଙ୍ଗାପୁର, ଟିକିରି ଷ୍ଟେଶନରେ ଯାତ୍ରୀଙ୍କ ପ୍ରବଳ ଭିଡ଼ ଜମିଥିଲା। ପ୍ରବଳ ବର୍ଷା ଯୋଗୁ ପାହାଡ଼ ଉପରୁ ବିରାଟକାୟ ପଥର ଓ ମାଟି ଅତଡା ଖସି ରେଳ ଧାରଣା ଉପରେ ପଡିବା

ସହ ପାହାଡ ଉପରୁ ପାଣି ଆସି ରେଳ ଧାରଣା ଉପରେ ପ୍ରବାହିତ ହୋଇଥିଲା। ଏହା ଜଣାପଡିବା ପରେ ରାଉଳି ଷ୍ଟେଶନ ପକ୍ଷରୁ ରାୟଗଡ଼ା ଓ ଲକ୍ଷ୍ମୀପୁର ରେଳ ଷ୍ଟେଶନକୁ ସୂଚନା ଦିଆଯାଇଥିଲା। ପରେ ରାୟଗଡ଼ା ରେଳ କର୍ତ୍ତୃପକ୍ଷ ବିଶାଖାପାଟଣା-କୋରାପୁଟ ପାସେଞ୍ଜରକୁ ରାୟଗଡ଼ାଠାରେ ଓ କୋରାପୁଟ- ବିଶାଖାପାଟଣା ପାସେଞ୍ଜର ଟ୍ରେନକୁ ଟିକିରିଠାରେ ଅଟକାଇ ଦେଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ରେଳ ଚଳାଚଳ ବାଧାପ୍ରାପ୍ତ ହେବାରୁ ଦୁଇଟି ପାସେଞ୍ଜର ଟ୍ରେନ ପଛକୁ ଫେରିଯାଇଥିଲା। ଲକ୍ଷ୍ମୀପୁରଠାରେ ଅଟକି ରହିଥିବା ଜଗଦଲପୁର- ହାଓଡା ଏକ୍ସପ୍ରେସ ରେଳ ଧାରଣା ସଫାହେବା ପରେ ବହୁ ବିଳମ୍ବରେ ହାଓଡା ଅଭିମୁଖେ ଯାତ୍ରା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri