କ୍ରଶରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ

ଢେଙ୍କାନାଳ ଅଫିସ, ୪।୧: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନୂଆ ଓଡ଼ାପଡ଼ାର କ୍ରଶର ମାଲିକ ଯୁବରଞ୍ଜନ ପଣ୍ଡା (୪୪) ଏବଂ ସୁବ୍ରତ କୁମାର ନାୟକଙ୍କ ଉପରେ ସୋମବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ଉଭୟେ ରାତ୍ରି ଭୋଜନ କରୁଥିବାବେଳେ ୧୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ମାରଣାସ୍ତ୍ର ଧରି କାର୍ଯ୍ୟାଳୟରେ ପଶି ଅତର୍କିତ ଆକ୍ରମଣ କରିବା ସହ ଆସବାବପତ୍ର ଭଙ୍ଗରୁଜା କରିଥିଲେ। ଭୟଭୀତ କରାଇବାକୁ ଏକ ରାଉଣ୍ଡ ଫାଙ୍କା ଗୁଳିଚାଳନା କରି ନଗଦ ୭ ଲକ୍ଷ ୪୩ ହଜାର ଟଙ୍କା, ଗୋଟିଏ ସୁନା ଚେନ୍‌, ଦୁଇଟି ମୋବାଇଲ ଫୋନ୍‌ ନେଇ ଚମ୍ପଟ ମାରିଛନ୍ତି। ଯିବା ପୂର୍ବରୁ ସିସିଟିଭି କ୍ୟାମେରା ଭାଙ୍ଗିଦେବା ସହ ହାର୍ଡଡିକ୍ସକୁ ନେଇଯାଇଛନ୍ତି। ଗୁରୁତର ଯୁବରଞ୍ଜନଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁବ୍ରତଙ୍କ ଅଭିଯୋଗକ୍ରମେ ମୋଟଙ୍ଗା ଥାନାରେ ଏକ ମାମଲା ରୁଜୁ କରାଯାଇଛି। ହିନ୍ଦୋଳ ରୋଡ୍‌ ଫାଣ୍ଡି ଅଧିକାରୀ ବିକାଶ ଚନ୍ଦ୍ର ବେହେରା ଅଭିଯୋଗ ପାଇ ତଦନ୍ତ କରିଛନ୍ତି। ଘଟଣାସ୍ଥଳରୁ ଖୋଖା ଜବତ କରାଯାଇଛି।
ଅନ୍ୟପଟେ ଢେଙ୍କାନାଳ ଏସ୍‌ପିଙ୍କ ବଦଳି ପରେ ଉକ୍ତ ପଦବୀରେ କେହି ଯୋଗ ଦେଇନାହାନ୍ତି। ଏତେବଡ଼ ଆପରାଧିକ ଘଟଣା ସମ୍ପର୍କରେ ଜିଲା ପୋଲିସ କାର୍ଯ୍ୟାଳୟରେ ଅବସ୍ଥାପିତ ଅତିରିକ୍ତ ଏସ୍‌ପି ପୁରୁଷୋତ୍ତମ ସେଠୀ, ଭବାନୀ ଶଙ୍କର ଉଦ୍‌ଗାତାଙ୍କ ନିକଟରେ କୌଣସି ସୂଚନା ନ ରହିବା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏପରି କି ସଦର ଏସ୍‌ଡିପିଓ କିମ୍ବା ମୋଟଙ୍ଗା ଥାନା ଅଧିକାରୀ ଏ ସମ୍ପର୍କରେ ଜଣାଇ ନ ଥିବାରୁ ଦୁଇ ଅତିରିକ୍ତ ଏସ୍‌ପି କହିଛନ୍ତି। ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ କୁହନ୍ତି, ଏ ନେଇ ମୋଟଙ୍ଗା ଥାନାରେ ନଂ. ୪/୨୩ରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri