Posted inଜାତୀୟ

ଭାରତ ଜଳସୀମାରେ ରୋହିଙ୍ଗ୍ୟା

ନୂଆଦିଲ୍ଲୀ, ୨୩ା୨: ପ୍ରାୟ ୯୦ ରୋହିଙ୍ଗ୍ୟା ଏବଂ ୩ ବାଲାଂଦେଶ କ୍ରିଉ ସଦସ୍ୟଙ୍କ ସହ ଏକ ବୋଟ୍‌ ସୋମବାର ଭାରତର ଜଳସୀମା ଆଣ୍ଡାମାନ ନିକଟରେ ପହଞ୍ଚିଛି। ଜାତିସଂଘ ଏଜେନ୍ସି ଏବଂ ମାନବାଧିକାର ଗୋଷ୍ଠୀ ପକ୍ଷରୁ ଏ ନେଇ ଚିନ୍ତା ବ୍ୟକ୍ତ କରାଯିବା ସହ ସେମାନଙ୍କୁ ତୁରନ୍ତ ଉଦ୍ଧାର ପାଇଁ ଅନୁରୋଧ କରାଯାଇଛି। ଉକ୍ତ ବୋଟ୍‌ରେ ୬୫ ରୋହିଙ୍ଗ୍ୟା ସମ୍ପ୍ରଦାୟର ମହିଳା ଓ ଯୁବତୀ, ୨ରୁ କମ୍‌ ବର୍ଷର ୫ ଶିଶୁ ଏବଂ ୨୦ ଜଣ ପୁରୁଷ ଥିବା କ୍ରିଉ ସଦସ୍ୟମାନେ ଏକ ମାନବାଧିକାର ସଙ୍ଗଠନ ‘ଆରାକନ୍‌ ପ୍ରୋଜେକ୍ଟ’କୁ ସୂଚନା ଦେଇଛନ୍ତି। ଫେବୃୟାରୀ ୧୧ରେ ବୋଟ୍‌ଟି ବାଲାଂଦେଶର କକ୍ସ ବଜାରରୁ ବାହାରି ଦକ୍ଷିଣ-ପୂର୍ବ ଏସିଆ ଅଭିମୁଖେ ଯାଉଥିଲା। ୬ ଦିନ ତଳେ ବୋଟ୍‌ର ଇଞ୍ଜିନ ବନ୍ଦ ହୋଇଯିବାରୁ ଏହା ଆଣ୍ଡାମାନ ଦ୍ୱୀପ ଆଡ଼କୁ ଆସିଥିଲା। ଖାଦ୍ୟପାନୀୟ ଅଭାବରୁ ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଶରଣାର୍ଥୀଙ୍କ ପାଇଁ ଜାତିସଂଘ ଉଚ୍ଚାୟୁକ୍ତ(ୟୁଏନ୍‌ଚ୍‌ସିଆର୍‌)ଙ୍କୁ ଏ ବାବଦରେ ଅବଗତ କରାଯିବା ସହ ଭାରତୀୟ ନୌସେନା ଏବଂ କୋଷ୍ଟଗାର୍ଡମାନେ ସେମାନଙ୍କୁ ଉଦ୍ଧାର କରିବାକୁ ଭାରତ ସରକାରଙ୍କୁ ଅନୁରୋଧ କରାଯାଇଥିବା ଆରାକନ୍‌ ପ୍ରୋଜେକ୍ଟ ନିର୍ଦ୍ଦେଶକ କ୍ରିସ୍‌ ଲଓ୍ବୋ କହିଛନ୍ତି। ତେବେ ଉକ୍ତ ବୋଟ୍‌ କେଉଁଠାରୁ ଓ କିପରି ଆସିଛି ତାହା ଜାଣିବାକୁ ତଦନ୍ତ ଚାଲିଥିବା ଭାରତୀୟ ନୌସେନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri