ପୌରାଣିକ ଚଳଚ୍ଚିତ୍ର ନିର୍ମାଣରୁ ଦୂରେଇ ରୁହନ୍ତି ରୋହିତ

ମୁମ୍ବାଇ: ଆକ୍ସନ୍‌-ପ୍ୟାକ୍‌ ଫିଲ୍ମ ପାଇଁ ଲୋକପ୍ରିୟ ଚଳଚ୍ଚିତ୍ର ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ଶେଟ୍ଟୀ ବେଶ୍‌ ଜଣାଶୁଣା। ସମ୍ପ୍ରତି ସେ ତାଙ୍କ ଚଳଚ୍ଚିତ୍ର ‘ସିଙ୍ଘମ୍‌ ଏଗେନ୍‌’ ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏହି ଚଳଚ୍ଚିତ୍ରରେ ସେ ହିନ୍ଦୁଧର୍ମର ପବିତ୍ର ମହାକାବ୍ୟ ରାମାୟଣର କେତେକ ଝଲକ ଦେଖାଇବାକୁ ଚେଷ୍ଟା କରିଛନ୍ତି। ତେବେ ଫିଲ୍ମକୁ ନେଇ ରୋହିତ ସୋମବାର ଏକ ସାକ୍ଷାତ୍‌କାର ଦେଇଛନ୍ତି। ଏତେ ସଂଖ୍ୟାରେ ଆକ୍ସନ୍‌ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ସୁଦ୍ଧା କୌଣସି ପୌରାଣିକ କାହାଣୀକୁ ନେଇ ଚଳଚ୍ଚିତ୍ର ନିର୍ମାଣ କରିବାକୁ କେବେ ଚିନ୍ତା କରିଛନ୍ତି କି ବୋଲି ତାଙ୍କୁ ଏହି ସାକ୍ଷାତ୍‌କାରରେ ପଚରାଯାଇଥିଲା। ଉତ୍ତରରେ ରୋହିତ କହିଛନ୍ତି, ଆକ୍ସନ୍‌ ଫିଲ୍ମଗୁଡ଼ିକରେ ଜଣେ ନିର୍ଦ୍ଦେଶକ ଭାବେ ସେ ନିଜ ମନ ମୁତାବକ ଏକ୍ସପେରିମେଣ୍ଟ କରିପାରନ୍ତି। କିନ୍ତୁ ପୌରାଣିକ ଘଟଣାକ୍ରମକୁ ନେଇ ତାଙ୍କ ନିକଟରେ ଅଧିକ ତଥ୍ୟ ନାହିଁ। ବିଭିନ୍ନ ପୌରାଣିକ କଥାବସ୍ତୁରେ କ’ଣ, କିପରି ଏବଂ କେବେ ଘଟିଥିଲା ତାହା ସେ ଜାଣନ୍ତି ନାହିଁ। ଏଭଳି ସ୍ଥିତିରେ ବିନା କୌଣସି ତଥ୍ୟ ସହ ପୌରାଣିକ ଚଳଚ୍ଚିତ୍ରର ଶୁଟିଂ କରିବା ଅତ୍ୟନ୍ତ କଷ୍ଟକର। କାହାଣୀରେ ଟିକିଏ ମାତ୍ର ଭୁଲ୍‌ ହେଲେ ବହୁ କୋଟି ଲୋକଙ୍କ ଭାବନାକୁ ଆଘାତ ପହଞ୍ଚିପାରେ। ତେଣୁ ପୌରାଣିକ ଚଳଚ୍ଚିତ୍ର ନିର୍ମାଣରୁ ନିଜକୁ ଦୂରେଇ ରଖିଛନ୍ତି ବୋଲି ରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?