Posted inଖେଳ

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ରୋହିତ

ହାଇଦ୍ରାବାଦ୍‌,୧୮।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ହାଇଦ୍ରାବାଦରେ ଖେଳାଯାଉଛି। ଏହି ମ୍ୟାଚରେ ଟିମ ଇଣ୍ଡିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ରୋହିତ ଶର୍ମା ଏବଂ ଶୁଭମାନ ଗିଲ ଦଳ ପାଇଁ ଇନିଂସ ଓପନ କରିଥିଲେ। ରୋହିତ ୩୪ ରନ କରି ଆଉଟ୍‌ ହୋଇଥିଲେ। କିନ୍ତୁ ସେ ଏହି ମ୍ୟାଚରେ ମହେନ୍ଦ୍ର ସିଂ ଧୋନୀଙ୍କ ଏକ ସ୍ବତନ୍ତ୍ର ରେକର୍ଡ ଭାଙ୍ଗିଛନ୍ତି। ସେ ଭାରତୀୟ ମାଟିରେ ସର୍ବାଧିକ ଛକା ମାରିଥିବା ଖେଳାଳି ହୋଇପାରିଛନ୍ତି।
ରୋହିତ ହାଇଦ୍ରାବାଦ ଦିନିକିଆରେ ୩୮ ବଲ୍‌ର ସମ୍ମୁଖୀନ ହୋଇ ୩୪ ରନ୍‌ କରିଥିଲେ। ଏଥିରେ ୪ ଚୌକା ଓ ୨ ଛକା ସାମିଲ ଥିଲା। ଭାରତର ସର୍ବାଧିକ ଛକା ମାରିବାର ରେକର୍ଡ କରିଛନ୍ତି ରୋହିତ। ରୋହିତ ମୋଟ ୧୨୫ଟି ଦିନିକିଆ ଛକା ମାରିଛନ୍ତି। ଏହି ପ୍ରସଙ୍ଗରେ ଧୋନୀ ୧୨୩ଟି ଛକା ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସଚିନ ତେନ୍ଦୁଲକର ୭୧ଟି ଛକା ସହ ତୃତୀୟ ସ୍ଥାନରେ ଅଛନ୍ତି। ବିରାଟ କୋହଲି ଦିନିକିଆରେ ୬୬ ଛକା ସହ ଚତୁର୍ଥ ସ୍ଥାନରେ ଅଛନ୍ତି। ଯୁବରାଜ ସିଂ ୬୫ଟି ଛକା ସହ ପଞ୍ଚମ ସ୍ଥାନରେ ଅଛନ୍ତି।
ସୂଚନାଯୋଗ୍ୟ, ବିଶ୍ୱ କ୍ରିକେଟରେ ସର୍ବାଧିକ ଦିନିକିଆ ଛକା ମାରିବାରେ ପାକିସ୍ତାନର ପୂର୍ବତନ ଖେଳାଳି ଶହିଦ ଆଫ୍ରିଦି ଶୀର୍ଷରେ ଅଛନ୍ତି। ସେ ୩୯୮ଟି ମ୍ୟାଚରେ ୩୫୧ଛକା ମାରିଛନ୍ତି। କ୍ରିସ ଗେଲ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଗେଲ ୩୦୧ଟି ମ୍ୟାଚରେ ୩୩୧ ଛକା ମାରିଛନ୍ତି। ତୃତୀୟ ସ୍ଥାନରେ ଅଛନ୍ତି ସନଥ ଜୟସୁରିଆ। ସେ ୪୪୫ଟି ମ୍ୟାଚରେ ୨୭୦ ଛକା ମାରିଛନ୍ତି। ରୋହିତ ଚତୁର୍ଥ ସ୍ଥାନରେ ଅଛନ୍ତି। ସେ ୨୩୯ଟି ମ୍ୟାଚରେ ୨୬୫ ଛକା ମାରିଛନ୍ତି।
ରୋହିତ ଶର୍ମା – ୧୨୫
ମହେନ୍ଦ୍ର ସିଂ ଧୋନି – ୧୨୩
ସଚିନ ତେନ୍ଦୁଲକର – ୭୧
ବିରାଟ କୋହଲି – ୬୬
ଯୁବରାଜ ସିଂ – ୬୫


Enter your email to get our daily news in your inbox.

All Right Reserved By Dharitri.Com

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri