କୋହଲି, ରାଇନାଙ୍କ ପରେ ଆଇପିଏଲ୍‌ରେ ୫ ହଜାର ରନ୍‌ ପୂରଣ କଲେ ରୋହିତ୍‌

ଆବୁଧାବି, ୧।୧୦: ଆଇପିଏଲ୍‌-୧୩ତମ ସିଜନର ୧୩ତମ ମ୍ୟାଚ୍‌ରେ ଗୁରୁବାର ରୋହିତ୍‌ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା କିଙ୍ଗ୍ସ ଇଲେଭେନ ପଞ୍ଜାବ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଛି। ପଞ୍ଜାବ ଅଧିନାୟକ ଲୋକେଶ ରାହୁଲ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ମୁମ୍ବାଇକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି। ଏହି ମ୍ୟାଚ୍‌ ଅବସରରେ ରୋହିତ୍‌ ଏକ ମାଇଲ୍‌ଖୁଣ୍ଟ ହାସଲ କରିଛନ୍ତି। ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅଧିନାୟକ ବିରାଟ କୋହଲି ଓ ସୁରେଶ ରାଇନାଙ୍କ ପରେ ଆଇପିଏଲ୍‌ରେ ୫ ହଜାର ରନ୍‌ ପୂରଣ କରିବାରେ ରୋହିତ୍‌ ୩ୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ମହମ୍ମଦ ସାମିଙ୍କୁ ଚୌକା ମାରି ରୋହିତ୍‌ ଏହି ମାଇଲଖୁଣ୍ଟ ଛୁଇଁଥିଲେ। ରୋହିତ୍‌ ଏହି ମ୍ୟାଚ୍‌ ପୂର୍ବରୁ ୧୯୧ ଆଇପିଏଲ୍‌ ମ୍ୟାଚ୍‌ରୁ ୪,୯୯୮ ରନ୍‌ ସଂଗ୍ରହ କରିଥିଲେ। ଆଇପିଏଲ୍‌ରେ ୫ ହଜାର ରନ୍‌ ପୂରଣ କରିବା ଲାଗି ତାଙ୍କୁ ଆଉ ୨ ରନ୍‌ ଆବଶ୍ୟକ ହେଉଥିଲା।
ଉଲ୍ଲେଖଯୋଗ୍ୟ, କୋହଲିଙ୍କ ନାମରେ ଆଇପିଏଲ୍‌ରେ ସବୁଠାରୁ ଅଧିକ ରନ୍‌ ସଂଗ୍ରହ କରିବାର ରେକର୍ଡ ରହିଛି। ସେ ୧୮୦ ମ୍ୟାଚ୍‌ରୁ ୩୭.୧୯ ଆଭରେଜରେ ୫,୪୩୦ ରନ୍‌ କରିଛନ୍ତି। ଏହି ତାଲିକାର ୨ୟ ସ୍ଥାନରେ ରାଇନା ରହିଛନ୍ତି। ରାଇନା ୧୯୩ ମ୍ୟାଚ୍‌ରୁ ୫,୩୬୮ ରନ ନିଜ ନାମରେ ଲିପିବଦ୍ଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri