Posted inଖେଳ

କ୍ୟାପ୍‌ଟେନ୍ସ ମିଟ୍‌ରେ ଯୋଗ ଦେଲେନି ରୋହିତ

ଅହମ୍ମଦାବାଦ,୩୧ା୩:ଆଇପିଏଲ୍‌ର ୧୬ତମ ସଂସ୍କରଣ ଶୁକ୍ରବାର ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଆରମ୍ଭ ହେବ। ଏହା ପୂର୍ବରୁ ଗୁରୁବାର ୧୦ଟି ଯାକ ଫ୍ରାଞ୍ଚାଇଜିର ଅଧିନାୟକଙ୍କୁ ନେଇ ଏକ ଫଟୋଶୁଟ୍‌ କରାଯାଇଥିଲା। ତେବେ ଏହି କ୍ୟାପ୍‌ଟେନ୍ସ ମିଟ୍‌ରେ ଅନୁପସ୍ଥିତ ଥିଲେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା। ରୋହିତଙ୍କ ଅନୁପସ୍ଥିତି ସମସ୍ତଙ୍କ ପାଇଁ ଚର୍ଚ୍ଚାର ବିଷୟ ପାଲଟିଥିଲା। ଅସୁସ୍ଥ ଥିବା କାରଣରୁ ରୋହିତ ମୁମ୍ବାଇରୁ ଅହମଦାବାଦ ଯାତ୍ରା କରି ପାରି ନ ଥିଲେ। ତେବେ ଏପ୍ରିଲ୍‌ ୨ ତାରିଖରେ ହେବାକୁ ଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସେ ଫିଟ୍‌ ହୋଇଯାଇଥିବେ ବୋଲି ପ୍ରକାଶ। ରୋହିତଙ୍କ ବ୍ୟତୀତ ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଏଡେନ୍‌ ମାରାକ୍ରମ ମଧ୍ୟ ଅନୁପସ୍ଥିତ ଥିଲେ। ତେବେ ମାରାକ୍ରମଙ୍କ ସ୍ଥାନରେ କାମଚଳା ଅଧିନାୟକ ଭାବେ ଭୁବନେଶ୍ୱର କୁମାର ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଚେନ୍ନାଇ ସୁପର କିଙ୍ଗ୍ସର ମହେନ୍ଦ୍ର ସିଂ ଧୋନୀ, ଗୁଜରାଟ ଟାଇଟନ୍ସର ହାର୍ଦ୍ଦିକ୍‌ ପାଣ୍ଡ୍ୟା, ପଞ୍ଜାବ କିଙ୍ଗ୍ସର ଶିଖର ଧାଓ୍ବନ, କୋଲକାତା ନାଇଟ୍‌ ରାଇଡର୍ସର ନୀତୀଶ ରାଣା, ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର ଲୋକେଶ ରାହୁଲ, ସନରାଇଜର୍ସ ହାଇଦ୍ରାବାଦର ଭୁବନେଶ୍ୱର କୁମାର, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଫାଫ ଡୁ ପ୍ଲେସିସ୍‌, ରାଜସ୍ଥାନ ରୟାଲ୍ସର ସଞ୍ଜୁ ସାମସନ୍‌ ଓ ଦିଲ୍ଲୀ କ୍ୟାପିଟାଲ୍ସର ଡେଭିଡ୍‌ ଓ୍ବାର୍ନର ଯୋଗ ଦେଇଥିଲେ। ସମସ୍ତ ୯ ଫ୍ରାଞ୍ଚାଇଜିର ଅଧିନାୟକ ଟ୍ରଫି ସହିତ ଫଟୋ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି।…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri