Posted inଖେଳ

ରୋହିତ-ଡ୍ରାଭିଡ୍‌ଙ୍କ ଯୁଗର ପ୍ରଥମ ମ୍ୟାଚ୍‌

ଜୟପୁର,୧୭।୧୧: ଟି୨୦ ବିଶ୍ୱକପ ବିପର୍ଯ୍ୟୟକୁ ଭୁଲି ଭାରତୀୟ କ୍ରିକେଟ ଦଳ ଏବେ ନବ ନିଯୁକ୍ତ ଅଧିନାୟକ ରୋହିତ ଶର୍ମା ଓ ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌ଙ୍କ ତତ୍ତ୍ୱାବଧାନରେ ନୂଆ ଆରମ୍ଭ କରିବାକୁ ଯାଉଛି। ଏଥିସହିତ ଆରମ୍ଭ ହେବାକୁ ଯାଉଛି ଭାରତୀୟ କ୍ରିକେଟର ନୂଆ ଯୁଗ। ବୁଧବାର ସ୍ଥାନୀୟ ସବାଇ ମାନସିଂ ଷ୍ଟାଡିୟମରେ ଟି୨୦ ବିଶ୍ୱକପ୍‌ ରନର୍ସଅପ୍‌ ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି ଭାରତ।

ମାତ୍ର ୧୧ ମାସ ପରେ ଆହୁରି ଏକ ଟି୨୦ ବିଶ୍ୱକପ ହେବାକୁ ଥିବାରୁ ପ୍ରତ୍ୟେକ ମ୍ୟାଚ୍‌ ଟିମ୍‌ ଇଣ୍ଡିଆ ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ। ଏଣୁ ପୂର୍ବର ତ୍ରୁଟି ସୁଧାରି ଏକ ସମର୍ଥ ଓ ସନ୍ତୁଳିତ ଦଳ ଗଠନ ଉପରେ ଅଧିକ ଧ୍ୟାନ ଦେଉଥିବା ମ୍ୟାଚ୍‌ ପୂର୍ବରୁ ନୂଆ କୋଚ୍‌ ଡ୍ରାଭିଡ୍‌ କହିଛନ୍ତି।

ଟି୨୦ ବିଶ୍ୱକପ୍‌ରେ ପୂରା ବିଫଳ ହୋଇଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବାଦ୍‌ ଦିଆଯାଇ ତାଙ୍କ ବଦଳରେ ନୂଆ ଅଲରାଣ୍ଡର ଖୋଜୁଛି ଟିମ ମ୍ୟାନେଜମେଣ୍ଟ। ବହୁ ସୁଯୋଗ ମିଳିବା ପରେ ମଧ୍ୟ ହାର୍ଦ୍ଦିକଙ୍କ ପ୍ରଦର୍ଶନରେ ସୁଧାର ଆସିନାହିଁ। ଏହି କାରଣରୁ ଆଇପିଏଲରେ ଦମ୍‌ଦାର ପ୍ରଦର୍ଶନ କରିଥିବା ଅଲରାଉଣ୍ଡର ଭେଙ୍କଟଶ ଆୟାରଙ୍କୁ ଦଳରେ ନିଆଯାଇଛି। ଜଣେ ଫାଷ୍ଟ ବୋଲିଂ ଅଲରାଉଣ୍ଡର ଭାବେ ଆୟାର ନିଜର ଦକ୍ଷତା ପ୍ରତିପାଦନ କରିବାର ସୁଯୋଗ ପାଇବେ। ଯଦି ସଫଳ ହେବେ ସେ ଅଲରାଉଣ୍ଡ ସ୍ଥାନରେ ନିଜର ସ୍ଥିତି ଜାହିର କରିବେ। ଏଣୁ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ତାଙ୍କ ଖେଳିବାର ସମ୍ଭାବନା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri