Posted inଖେଳ

୪୦ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ-ଜୟସ୍ବାଲ

ଡୋମିନିକା,୧୩।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଡୋମିନିକାରେ ଖେଳାଯାଉଛି। ଏହି ମ୍ୟାଚର ପ୍ରଥମ ଦିନରେ ଭାରତୀୟ ଦଳ ନିଜର ପ୍ରାଧାନ୍ୟ ବିସ୍ତାର କରିଛି। ଏଥି ସହିତ, ଏହି ମ୍ୟାଚରେ ଭାରତର ୪୦ ବର୍ଷ ପୁରୁଣା ରେକର୍ଡ ମଧ୍ୟ ଭାଙ୍ଗିଯାଇଛି। ଏହି ମ୍ୟାଚରେ ମୁମ୍ବାଇ ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିଥିବା ବାମହାତୀ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ।
ରୋହିତ ଏବଂ ଜୟସ୍ବାଲ ଓପନିଂକୁ ଆସିବା ମାତ୍ରେ ଭାରତ ପାଇଁ ଟେଷ୍ଟ କ୍ରିକେଟରେ ୪୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଯାଇଥିଲା। ଏହି ଟେଷ୍ଟ ମ୍ୟାଚରେ ମୁମ୍ବାଇ ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳୁଥିବା ଦୁଇ ବ୍ୟାଟ୍ସମ୍ୟାନ୍‌ ଭାରତ ପାଇଁ ଓପନିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲେ। ୧୯୮୩ରେ ଶେଷ ଥର ପାଇଁ ଏହା ଘଟିଥିଲା। ଜୟସ୍ବାଲଙ୍କ ସହ ରୋହିତ ମଧ୍ୟ ପ୍ରଥମ ଶ୍ରେଣୀ କ୍ରିକେଟରେ ମୁମ୍ବାଇ ପାଇଁ ଖେଳନ୍ତି।
ରବି ଶାସ୍ତ୍ରୀ ଏବଂ ସୁନୀଲ ଗାଭାସ୍କର ଶେଷ ଥର ପାଇଁ ୧୯୮୩ରେ ଏହା କରିଥିଲେ। ବର୍ତ୍ତମାନ ରୋହିତ ଏବଂ ଜୟସ୍ବାଲି ଏହି ୪ ଦଶନ୍ଧି ପୁରୁଣା ଇତିହାସକୁ ପୁନରାବୃତ୍ତି କରିଛନ୍ତି। ୧୯୮୩ର ଏହି ଟେଷ୍ଟ ମ୍ୟାଚ କରାଚିରେ ଖେଳାଯାଇଥିଲା। ରବି ଶାସ୍ତ୍ରୀ ଏବଂ ସୁନୀଲ ଗାଭାସ୍କର ନିଜ କ୍ୟାରିୟରରେ ମୁମ୍ବାଇ ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଉଥିବା ଏହି ପ୍ରଥମ ମ୍ୟାଚ୍‌ରେ ମୁମ୍ବାଇ ପାଇଁ ଖେଳୁଥିବା ରୋହିତ ଶର୍ମା ଏବଂ ଜୟସ୍ବାଲଙ୍କ ସହ ମୋଟ ଚାରିଜଣ ଖେଳାଳି ଭାରତ ପାଇଁ ଖେଳୁଛନ୍ତି। ଅବଶିଷ୍ଟ ଦୁଇ ଖେଳାଳି ହେଉଛନ୍ତି ଉପ-ଅଧିନାୟକ ଅଜିଙ୍କ୍ୟ ରାହାଣେ ଏବଂ ଦ୍ରୁତ ବୋଲର ଶାର୍ଦ୍ଦୁଲ ଠାକୁର।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri