Posted inଖେଳ

କୋହଲିଙ୍କ କଥା ମାନିଲେ ରୋହିତ: ଦେଖନ୍ତୁ ଭିଡିଓ

କୋଲକତା,୧୭।୨: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚ୍‌ର ଭାରତ ବିଜୟ ହାସଲ କରିଛି। ଓପନର୍‌ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ସିରିଜର ୱେଷ୍ଟଇଣ୍ଡିଜକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତୀୟ କ୍ରିକେଟ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛ। କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଟି -୨୦ମ୍ୟାଚ ରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ସହ ଜଡିତ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ, ଉଭୟ ଡିଆରଏସ୍‌ ନେବା ବିଷୟରେ କଥାବାର୍ତ୍ତା ହେଉଥିବା ଦେଖାଯାଏ।
ଏହି ମ୍ୟାଚରେ ରୋହିତ ଏବଂ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ମଧ୍ୟରେ ଡିଆରଏସ୍‌ ନେବା ପାଇଁ କଥାବାର୍ତ୍ତା ହୋଇଥିଲା। ଷ୍ଟମ୍ପ ମାଇକ ହେତୁ ପ୍ରଶଂସକଙ୍କ ଦ୍ୱାରା ଏହି ଦୁଇଜଣଙ୍କର କଥାବାର୍ତ୍ତା ମଧ୍ୟ ଶୁଣିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ଇନିଂସର ଅଷ୍ଟମ ଓଭରରେ ଏହି ଘଟଣା ଘଟିଥିଲା॥ ଭାରତୀୟ ଫିଲ୍ଡରମାନେ ରବି ବିଷ୍ଣୋଇଙ୍କ ବଲରେ ରୋଷ୍ଟନ ଚେଜଙ୍କ ବିରୋଧରେ ଡିଆରଏସ୍‌ ନେଇଥିଲେ। ବଲଟି ଲେଗ-ଷ୍ଟମ୍ପ ବାହାରେ ଥିଲା ଏବଂ ଭାରତର ଫିଲ୍ଡରମାନେ ଦାବି କରୁଥିଲେ ଯେ ବଲ ଚେଜଙ୍କ ବ୍ୟାଟର ଧାରରେ ବାଜି ରିଷଭ ପନ୍ତଙ୍କ ହାତକୁ ଯାଇଥିଲା କିନ୍ତୁ ଅମ୍ପାୟର ନଟ୍‌ଆଉଟ୍‌ ଘୋଷଣା କରିଥିଲେ। ରୋହିତ ସମୀକ୍ଷା ପାଇଁ ସେ ଅନ୍ୟ ଖେଳାଳିଙ୍କଠାରୁ ପରାମର୍ଶ ଲୋଡିଥିଲେ। ବିରାଟ କୋହଲି ମଧ୍ୟ ତୁରନ୍ତ ସେଠାକୁ ଆସିଥିଲେ। ନିଜ ମତ ଦେଇ ଡିଆର୍‌ଏସ୍‌ ନେବାକୁ କହିଥିଲେ। ରୋହିତ ମଧ୍ୟ ତାଙ୍କ କଥା ମାନିଥିଲେ। ଅବଶ୍ୟ ଚେଜ୍‌ ଆଉଟ୍‌ ହୋଇ ନ ଥିଲେ। କିନ୍ତୁ କୋହଲି-ରୋହିତଙ୍କ ମଧ୍ୟରେ ଥିବା ବୁଝାମଣାକୁ ଲୋକେ ପସନ୍ଦ କରିଛନ୍ତି।
ସିରିଜର ଏହି ପ୍ରଥମ ଟି -୨୦ ରେ ଭାରତର ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟ୍ସମ୍ୟାନ ୱିଣ୍ଡିଜ ଦଳକୁ ଆମନ୍ତ୍ରଣ କରିଥିଲେ। ୱେଷ୍ଟଇଣ୍ଡିଜ ୨୦ ଓଭରରେ ୭ ଉଇକେଟ ହରାଇ ୧୫୭ ରନ ସଂଗ୍ରହ କରିଥିଲା। ଏହା ପରେ ଭାରତ ୭ଟି ବଲ ବାକି ଥାଇ ଟାର୍ଗେଟ ହାସଲ କରିଛି।

https://twitter.com/im_maqbool/status/1493954869409247236


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?