Posted inଖେଳ

ବିଶ୍ୱକପ୍‌ ଜିତିବା ନେଇ ଏମିତି କହିଲେ ରୋହିତ

ନୂଆଦିଲ୍ଲୀ,୬।୮: ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମାଙ୍କୁ ୩୬ ବର୍ଷ ବୟସ ହୋଇଛି। ଆସନ୍ତା ବର୍ଷ ଜୁନ ମାସରେ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ମିଳିତ ଭାବେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ରେ ଅବତରଣ କରିବାର ସମ୍ଭାବନା କମ ରହିଛି। ରୋହିତଙ୍କ ଅଧିନାୟକତ୍ୱରେ ଅକ୍ଟୋବର ୫ରୁ ଘରେ ଆୟୋଜିତ ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଏକ ଦୃଢ ପ୍ରତିଯୋଗୀ ବିବେଚନା କରାଯାଏ। ଏହି ସମୟରେ ରୋହିତ ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ ବିଷୟରେ ଏକ ବଡ଼ କଥା କହିଛନ୍ତି। ସେ ଆମେରିକାରେ ନିଜର ଏକ ଏକାଡେମୀ ମଧ୍ୟ ଖୋଲିଛନ୍ତି। ନିକଟରେ ଆମେରିକାରେ ପ୍ରଥମ ଥର ପାଇଁ ଫ୍ରାଞ୍ଚାଇଜି ଲିଗ ଟି-୨୦ ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା। ପ୍ରଥମ ସିଜିନର ଟାଇଟଲ ମୁମ୍ବାଇ ଇଣ୍ଡିଆନ୍ସର ଫ୍ରାଞ୍ଚାଇଜ ଦଳ ଏମ୍‌ଆଇ ନ୍ୟୁୟର୍କ ଜିତିଥିଲା।
କାଲିଫର୍ନିଆରେ ଏକାଡେମୀ ଉନ୍ମୋଚନ ସମୟରେ ରୋହିତ ଶର୍ମା କହିଛନ୍ତି, ଆମେରିକାରେ ୨୦୨୪ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବ। ତେଣୁ ମୁଁ ପୁନର୍ବାର ଏଠାକୁ ଆସିବାକୁ ଅପେକ୍ଷା କରିଛି। ଏହିପରି ସେ ବିଶ୍ୱକପ ଦୌଡ଼ରେ ନିଜକୁ ରଖିଛନ୍ତି। ଭାରତରେ ଆୟୋଜିତ ହେବାକୁ ଥିବା ବିଶ୍ୱକପ ସମ୍ପର୍କରେ ସେ କହିଛନ୍ତି ଯେ, ଟୁର୍ନାମେଣ୍ଟର ସମସ୍ତ ଦଳ ଭଲ। ଆମର ଖେଳାଳିମାନେ ମଧ୍ୟ ଫର୍ମରେ ଅଛନ୍ତି ଏବଂ ବିଶ୍ୱକପ ଜିତିବାର ଏକ ଭଲ ସୁଯୋଗ ଅଛି ।
୨୦୧୧ରୁ ଟିମ ଇଣ୍ଡିଆ ବିଶ୍ୱକପ ଟାଇଟଲ ଜିତିବାରେ ସକ୍ଷମ ହୋଇନାହିଁ। ଶେଷ ଥର ପାଇଁ ଏମଏସ ଧୋନୀଙ୍କ ନେତୃତ୍ୱରେ ଦଳ ବିଶ୍ୱକପ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?