Posted inଖେଳ

ବାରବାଟୀରେ ଗେଲ୍‌କୁ ଟପିଲେ ରୋହିତ

କଟକ,୯।୨: କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଚାଲିଥିବା ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୪୯.୫ ଓଭରରେ ଇଂଲଣ୍ଡ ସମସ୍ତ ଉଇକେଟ ହରାଇ ୩୦୪ ରନ୍‌ର ବିଶାଳ ସ୍କୋର ଛିଡ଼ା କରିଛି। ଫଳରେ ଭାରତ ଆଗରେ ୩୦୫ ରନ୍‌ର ଟାର୍ଗେଟ୍‌ ରଖିଛି ଇଂଲଣ୍ଡ।

ଜବାବରେ ଭାରତୀୟ ଦଳ ବ୍ୟାଟିଂ ଆରମ୍ଭ କରି ୧୬ ଓଭର ଖେଳ ସୁଦ୍ଧା ବିନା କୌଣସି ଉଇକେଟ ହରାଇ ୧୩୧ ରନ୍‌ କରିଛି। ହେଲେ ଫ୍ଲଡ ଲାଇଟ୍‌ ସମସ୍ୟା ଯୋଗୁ ମ୍ୟାଚ୍‌ ଅଧାରୁ କିଛି ସମୟ ବନ୍ଦ ରହିଥିଲା। ହେଲେ ଫ୍ଲଡ ଲାଇଟର ତ୍ରୁଟି ସୁଧାରିବା ପରେ ପୁଣି ମ୍ୟାଚ୍‌ ଆରମ୍ଭ ହୋଇଛି। ଭାରତର ଦୁଇ ଓପରନ ଅଧିନାୟକ ରୋହିତ ଶର୍ମା ଏବଂ ଶୁବମନ୍‌ ଗିଲ୍‌ ବ୍ୟାଟିଂ ଜାରି ରଖିଛନ୍ତି। ଉଭୟ ୧୩୨ ରନ୍‌ର ଭାଗୀଦାରି କରିଛନ୍ତି। ଅଧିନାୟକ ରୋହିତ ଶର୍ମା ବାରବାଟୀରେ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ବ୍ୟାଟର୍‌ କ୍ରିସ୍‌ ଗେଲ୍‌ଙ୍କୁ ପଛରେ ପକାଇ ଦେଇଛନ୍ତି। ଗେଲ୍‌ଙ୍କ ନାଁରେ ଥିବା ୩୩୧ ଛକା ରେକର୍ଡକୁ ଅଧିନାୟକ ରୋହିତ ଟପି ଯାଇଛନ୍ତି। ବାରବାଟୀରେ ୫ଟି ଛକା ମାରି ୩୩୫ ଛକାର ରେକର୍ଡ କରିଛନ୍ତି। ଦିନିକିଆ ମ୍ୟାଚ୍‌ରେ ୩୫୧ ଛକା ମାରି ନମ୍ବର ୱାନ୍‌ରେ ଅଛନ୍ତି ଆଫ୍ରିଦି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri