Posted inଖେଳ

ବଡ଼ ରେକର୍ଡ ହାସଲ କଲେ ରୋହିତ ଶର୍ମା

ଡୋମିନିକା,୧୬ା୭: ୱେଷ୍ଟଇଣ୍ଡିଜ ବିପକ୍ଷ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଭଲ ଫର୍ମରେ ଥିଲେ। ସେ ୧୦ ଚୌକା ଓ ୨ ଛକା ସହାୟତାରେ ୧୦୩ ରନର ଏକ ଶତକୀୟ ଇନିଂସ ଖେଳିଥିଲେ୧ ଟେଷ୍ଟ କ୍ରିକେଟରେ ଏହା ରୋହିତ ଶର୍ମାଙ୍କ ଦଶମ ଶତକ ଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ଇନିଂସ ଏବଂ ୧୪୧ ରନରେ ଜିତିଛି। ଏହି ମ୍ୟାଚରେ ୨ଟି ଛକା ମାରି ଭାରତୀୟ ଅଧିନାୟକ ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଥିଲେ।
ରୋହିତ ଶର୍ମା ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ୪୦୧ ଛକା ଅତିକ୍ରମ କରିଛନ୍ତି। ଟିମ୍‌ ବିଜୟରେ ୪୦୦ ଛକା ମାରିବାରେ ରୋହିତ ପ୍ରଥମ ଖେଳାଳି ହୋଇଛନ୍ତି। ଏହି ତାଲିକାରେ ପାକିସ୍ତାନର ପୂର୍ବତନ ଖେଳାଳି ଶହିଦ ଆଫ୍ରିଦି ୨୯୯ ଛକା ସହ ୨ ନମ୍ବର ୱେଷ୍ଟଇଣ୍ଡିଜର କ୍ରିସ ଗେଲ ୨୭୬ ଛକା ସହ ତୃତୀୟ ସ୍ଥାନରେ ଅଛନ୍ତି।

ଦଳ ବିଜୟରେ ସବୁଠୁ ଅଧିକ ଛକା ମାରିଥିବା ଖେଳାଳି..
ରୋହିତ ଶର୍ମା – ୪୦୧
ଶହିଦ ଆଫ୍ରିଦି – ୨୯୯ ଛକା
କ୍ରିସ ଗେଲ – ୨୭୬ ଛକା

ଅନ୍ତର୍ଜାତୀୟ କ୍ୟାରିୟରରେ ସର୍ବାଧିକ ଛକା ମାରିବାରେ ରୋହିତ ଶର୍ମା ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ଏପର୍ଯ୍ୟନ୍ତ ୫୨୯ ଛକା ମାରିଛନ୍ତି। ୱେଷ୍ଟଇଣ୍ଡିଜର କ୍ରିସ ଗେଲ ୫୫୩ ଆନ୍ତର୍ଜାତୀୟ ଛକା ସହ ଏକ ନମ୍ବରରେ ଅଛନ୍ତି । କ୍ରିସ ଗେଲ ୪୮୩ ମ୍ୟାଚରେ ଏହି ଛକା ମାରିଛନ୍ତି।ଏଥି ସହିତ ରୋହିତ ଶର୍ମା ୪୪୨ଟି ମ୍ୟାଚରେ ୫୨୯ ଛକା ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri