Posted inଖେଳ

ବଡ଼ ରେକର୍ଡ ହାସଲ କଲେ ରୋହିତ ଶର୍ମା

ମେଲବୋର୍ନ,୭।୧୧: ଅଷ୍ଟ୍ରେଲିଆରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ର ସେମିଫାଇନାଲରେ ଭାରତୀୟ ଦଳ ପହଞ୍ଚିଛି। ଏବେ ନକଆଉଟ ମ୍ୟାଚରେ ଭାରତ ଇଂଲଣ୍ଡକୁ ଭେଟିବ। ଯଦିଓ ଟିମ ଇଣ୍ଡିଆ ସେମିଫାଇନାଲରେ ପହଞ୍ଚିଛି, କିନ୍ତୁ ଅଧିନାୟକ ରୋହିତ ଶର୍ମାଙ୍କ ଫର୍ମ ଏହି ଟୁର୍ନାମେଣ୍ଟକୁ ଚିନ୍ତାର ବିଷୟ ପାଲଟିଛି। ସେ ଏପର୍ଯ୍ୟନ୍ତ ପାଞ୍ଚଟି ମ୍ୟାଚରେ ମାତ୍ର ଗୋଟିଏ ଅର୍ଦ୍ଧଶତକ ହାସଲ କରିଛନ୍ତି। ତେବେ ଜିମ୍ବାୱେ ବିପକ୍ଷରେ ବିଜୟ ହାସଲ ପରେ ରୋହିତ ଏକ ରେକର୍ଡ ହାସଲ କରିଛନ୍ତି।
ଏକ କ୍ୟାଲେଣ୍ଡର ବର୍ଷରେ ଅଧିନାୟକ ଭାବରେ ରୋହିତ ସର୍ବାଧିକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଜିତିଥିବା ଖେଳାଳି ହୋଇଛନ୍ତି। ରୋହିତ ଚଳିତ ବର୍ଷ ୨୮ଟି ମ୍ୟାଚରେ ଟିମ ଇଣ୍ଡିଆର ଅଧିନାୟକତ୍ୱ କରିଛନ୍ତି ଏବଂ ଦଳ ୨୧ଟି ଜିତିଛି। ରୋହିତଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ଚଳିତ ବର୍ଷ ୭ଟି ମ୍ୟାଚ ହାରିଛି। ଏହି ପରିପ୍ରେକ୍ଷୀରେ ରୋହିତ ପାକିସ୍ତାନ ଅଧିନାୟକ ବାବର ଆଜାମଙ୍କୁ ପଛରେ ପକାଇଛନ୍ତି। ଗତ ବର୍ଷ ୨୯ଟି ମ୍ୟାଚରେ ବାବର ଅଧିନାୟକ ଭାବେ ପାକିସ୍ତାନ ଦଳକୁ ୨୦ଟି ମ୍ୟାଚ ଜିତାଥିଲେ। ପାକିସ୍ତାନ ୬ଟି ମ୍ୟାଚ ହାରିଥିଲା ଏବଂ ତିନୋଟି ମ୍ୟାଚର ଫଳାଫଳ ଶୂନ ଥିଲା।
ରୋହିତ ଗତ ଏକ ବର୍ଷ ମଧ୍ୟରେ ଭାରତକୁ ଟି-୨୦ର ଶୀର୍ଷକୁ ନେଇଥିଲେ। ଟିମ ଇଣ୍ଡିଆ ବର୍ତ୍ତମାନ ଟି-୨୦ ର଼୍ୟାଙ୍କିଙ୍ଗରେ ଏକ ନମ୍ବର ଦଳ। ତାଙ୍କ ଅଧିନାୟକତ୍ୱରେ ଭାରତ ଚଳିତ ବର୍ଷ ଦେଶ ତଥା ବିଦେଶରେ ସମସ୍ତ ଦ୍ୱିପାକ୍ଷିକ ଟି-୨୦ ସିରିଜ ଜିତିଛି। ତେବେ ତାଙ୍କୁ କିଛି ଟି-୨୦ ସିରିଜରେ ମଧ୍ୟ ବିଶ୍ରାମ ଦିଆଯାଇଥିଲା। ୨୦୨୨ରେ ଭାରତ ମୋଟ ୩୭ ଟି-୨୦ ମ୍ୟାଚ ଖେଳିଥିଲା, ଯାହା କୌଣସି ଦଳ ଦ୍ୱାରା ସର୍ବାଧିକ। ଟିମ ଇଣ୍ଡିଆ ଏଥିମଧ୍ୟରୁ ୨୭ଟି ମ୍ୟାଚ ଜିତିଛି। ଟିମ ଇଣ୍ଡିଆକୁ ନଅଟି ମ୍ୟାଚ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡୁଥିବାବେଳେ ଗୋଟିଏ ମ୍ୟାଚର ଫଳାଫଳ ଶୂନ ଥିଲା। ୩୭ଟି ମ୍ୟାଚ ମଧ୍ୟରୁ ୨୮ରେ ରୋହିତ ଶର୍ମା ଅଧିନାୟକ ଥିଲେ। ଏଥି ସହିତ ଚଳିତ ବର୍ଷ ହାର୍ଦ୍ଦିକ ପାଣ୍ଡ୍ୟା, ରିଷଭ ପନ୍ତ ମଧ୍ୟ ଟି-୨୦ରେ ଟିମ ଇଣ୍ଡିଆର ଦାୟିତ୍ୱ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri