Posted inଖେଳ

ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ପାଇଁ ରୋହିତ୍‌ଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ସୀମିତ ଓଭର କ୍ରିକେଟ୍‌ ଦଳର ଦୁର୍ଦ୍ଦର୍ଷ ଓପନର୍‌ ରୋହିତ୍‌ ଶର୍ମାଙ୍କ ନାମ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ‘ରାଜୀବ ଗାନ୍ଧୀ ଖେଳରତ୍ନ’ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ରୋହିତ୍‌ଙ୍କ ବ୍ୟତୀତ ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜୟିନୀ ରେସ୍‌ଲର ଭିନେଶ ଫୋଗତ୍‌, ଟେବୁଲ ଟେନିସ ଚାମ୍ପିୟନ ମନିକା ବାତ୍ରା ଓ ପାରା ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ମାରିୟାପ୍ପାନ ଥଙ୍ଗାଭେଲୁଙ୍କ ନାମ ମଧ୍ୟ ଖେଳରତ୍ନ ପୁରସ୍କାର ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରାଯାଇଛି। ଜାତୀୟ କ୍ରୀଡ଼ା ପୁରସ୍କାର ଚୟନ କମିଟିର ବୈଠକ ମଙ୍ଗଳବାର ବସିଥିଲା। ପୂର୍ବତନ କ୍ରିକେଟର୍‌ ବୀରେନ୍ଦ୍ର ସେହ୍ବାଗ୍‌, ହକି ଖେଳାଳି ସର୍ଦ୍ଦାର ସିଂ ପ୍ରମୁଖ ଏହି ଚୟନ କମିଟିର ସଦସ୍ୟ ରହିଛନ୍ତି। ବୈଠକ ପରେ ଏହି ୪ ଜଣ ଖେଳାଳିଙ୍କ ନାମ କ୍ରୀଡ଼ା ସମ୍ମାନ ପାଇଁ କେନ୍ଦ୍ରକୁ ସୁପାରିସ କରାଯାଇଛି।
ପରଠାରୁ ପ୍ରଥମ ଥର ଲାଗି ୪ ଜଣ ଖେଳାଳିଙ୍କ ନାମ ଏହି ସମ୍ମାନଜନକ ପୁରସ୍କାର ଲାଗି ସୁପାରିସ କରାଯାଇଛି। ୨୦୧୬ରେ ରିଓ ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ, ଜିମ୍ନାଷ୍ଟ ଦୀପା କର୍ମାକର, ରେସଲର ସାକ୍ଷୀ ମଲିକ ଓ ଶୁଟର୍‌ ଜିତୁ ରାଇଙ୍କୁ ମିଳିଥ ଭାବେ ଏହି ପୁରସ୍କାର ମିଳିଥିଲା। ଅପରପକ୍ଷରେ ୪ର୍ଥ ଭାରତୀୟ କ୍ରିକେଟର୍‌ ଭାବେ ରୋହିତ୍‌ ଖେଳରତ୍ନ ପୁରସ୍କାର ପାଇବାର ସମ୍ଭାବନା ସୃଷ୍ଟି ହୋଇଛି। ଏଥିପୂର୍ବରୁ ବ୍ୟାଟିଂ ଲିଜେଣ୍ଡ ସଚିନ ତେନ୍ଦୁଲକର, ମହେନ୍ଦ୍ର ସିଂ ଧୋନୀ ଓ ବିରାଟ କୋହଲି ଏହି ସମ୍ମାନଜନକ ପୁରସ୍କାର ଲାଭ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?