Posted inଖେଳ

ଟି୨୦ ମ୍ୟାଚ୍ ଖେଳିବାକୁ ଚାହୁଁଛନ୍ତି ବିରାଟ କୋହଲି, ରୋହିତ ଶର୍ମା

ନୂଆଦିଲ୍ଲୀ,୫।୧: ଭାରତୀୟ କ୍ରିକେଟ ଟିମର ମେରୁଦଣ୍ଡ ଅଧିନାୟକ ରୋହିତ ଶର୍ମା ଏବଂ ବିରାଟ କୋହଲି ଟି୨୦ ସିରିଜ ଖେଳିବାକୁ ଇଛୁକ ଥିବା ବିସିସିଆଇକୁ ଜଣାଇଛନ୍ତି। ୨୦୨୨ ଟି୨୦ ବିଶ୍ୱକପ ପରେ ଦୁହେଁ କୌଣସି ଟି୨୦ ମ୍ୟାଚ୍ ଖେଳି ନାହାନ୍ତି।

ଆଫଗାନିସ୍ତାନ ବିପକ୍ଷ ତିନି ଟି -୨୦ ମ୍ୟାଚ୍ ଏବଂ ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟ ପାଇଁ ଦଳ ଚୟନ କରିବାକୁ ଚୟନ କମିଟି ଶୁକ୍ରବାର ଦିନ ବୈଠକ କରିବ। ଆଫଗାନିସ୍ତାନ ବିପକ୍ଷ ସିରିଜ୍ ଜାନୁୟାରୀ ୧୧ ରୁ ଆରମ୍ଭ ହେବାକୁଥିବା ବେଳେ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଜାନୁୟାରୀ ୨୫ ରୁ ଆରମ୍ଭ ହେବ। ଚଳିତ ବର୍ଷ ଜୁନ ମାସରେ ହେବାକୁ ଥିବା ବିଶ୍ୱକପ ପୂର୍ବରୁ ଭାରତ ଆଫଗାନିସ୍ତା ବିପକ୍ଷ କେବଳ ତିନି ଟି -୨୦ ମ୍ୟାଚ୍ ଖେଳିବ।

ଅନ୍ୟପଟେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ସୂର୍ଯ୍ୟକୁମାର ଯାଦବ ଆହତ ସମସ୍ୟା ପାଇଁ ଆଫଗାନିସ୍ଥାନ ବିପକ୍ଷ ଟି୨୦ ସିରିଜ ପାଇଁ ଉପଲବ୍ଧ ହୋଇ ନପାରନ୍ତି। ସେହିପରି ଆଫଗାନିସ୍ଥାନ ସିରିଜରୁ ବରିଷ୍ଠ ବୋଲର ଯଶପ୍ରୀତ ବୁମରା ଏବଂ ମହମ୍ମଦ ସିରାଜଙ୍କୁ ବିଶ୍ରାମ ଦେଇପାରେ ବିସିସିଆଇ। ଉଭୟ ଦକ୍ଷିଣ ଆଫ୍ରିକା ସିରିଜରେ ଭାରତୀୟ ଦଳ ପାଇଁ ସୁନ୍ଦର ପ୍ରଦର୍ଶନ କରିଥିଲେ। ତେବେ ଆଗକୁ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରଜ ପାଇଁ ଉପଲବ୍ଧ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri