Posted inଖେଳ

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ରୋହିତ ଶର୍ମା

ପୋର୍ଟ ଅଫ୍‌ ସ୍ପେନ୍‌,୨୧।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୋର୍ଟ ଅଫ ସ୍ପେନରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଅଧିନାୟକ କ୍ରେଗ ବ୍ରାଥୱାଇଟ ଟସ ଜିତିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଟସ ହାରିବା ପରେ ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ଏକ ଭଲ ଆରମ୍ଭ କରିଥିଲା। ଭାରତୀୟ ଦଳର ଓପନର୍‌ ରୋହିତ ଶର୍ମା ଏବଂ ଯଶାସ୍ବୀ ଜୟସ୍ବାଲ ଶତକୀୟ ଭାଗିଦାରୀ କରିଥିଲେ।
ଏଥି ସହିତ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ତାଙ୍କ ନାମରେ ଏକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ଭାରତ ପାଇଁ ଟେଷ୍ଟ ମ୍ୟାଚରେ ରୋହିତ ଶର୍ମା ଓପନର୍‌ ଭାବରେ ୨ ହଜାର ରନ ପୂରଣ କରିଥିଲେ। ଏହା ବ୍ୟତୀତ ଭାରତୀୟ ଅଧିନାୟକ ବିଶ୍ୱ ଟେଷ୍ଟ ଚାମ୍ପିଅନସିପରେ ୨ ହଜାର ରନ ଅତିକ୍ରମ କରିଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ୨ ହଜାର ରନ୍‌ ଅତିକ୍ରମ କରିବାରେ ରୋହିତ ଶର୍ମା ହେଉଛନ୍ତି ପ୍ରଥମ ବ୍ୟାଟ୍ସମ୍ୟାନ। ଏହାପୂର୍ବରୁ ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚରେ ରୋହିତ ଶର୍ମା ଏକ ଚମତ୍କାର ଶତକ ହାସଲ କରିଥିଲେ।
ରୋହିତ ଏକ ଓପନର୍‌ ଭାବରେ ୨ ହଜାର ଟେଷ୍ଟ ରନ କରିଛନ୍ତି। ସେ ୪୦ଟି ଇନିଂସରେ ଏହି ରନ୍‌ ପୂରଣ କରିଥିଲେ। ଓପନର୍‌ ଭାବରେ ଅଳ୍ପ ଇନିଂସରେ ୨ ହଜାର ଟେଷ୍ଟ ରନ ପୂରଣ କରିବା ଦୃଷ୍ଟିରୁ ରୋହିତ ଭାରତୀୟ ଖେଳାଳି ତାଲିକାରେ ଦ୍ୱିତୀୟ ନମ୍ବରରେ ପହଞ୍ଚିଛନ୍ତି। ସେ ସୁନୀଲ ଗାଭାସ୍କର ଏବଂ ଗୌତମ ଗମ୍ଭୀରଙ୍କୁ ପଛରେ ପକାଇଛନ୍ତି। ଗାଭାସ୍କର ୪୩ ଇନିଂସରେ ଏହି ସ୍ଥାନ ହାସଲ କରିଥିଲେ। ଗମ୍ଭୀର ମଧ୍ୟ ୪୩ ଇନିଂସରେ ଏହି ସଫଳତା ହାସଲ କରିଛନ୍ତି। ସେହ୍ବାଗ ଏହି ପ୍ରସଙ୍ଗରେ ଶୀର୍ଷରେ ଅଛନ୍ତି। ସେ ୩୯ ଇନିଂସରେ ୨ ହଜାର ଟେଷ୍ଟ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri