Posted inଖେଳ

ବିଶ୍ୱର ପ୍ରଥମ ଅଧିନାୟକ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା: ଧୋନୀଙ୍କୁ ପଛରେ ପକାଇଲେ

ଦୁବାଇ,୫।୩:ଭାରତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସେମିଫାଇନାଲରେ ଏକ ଦୃଢ଼ ପ୍ରଦର୍ଶନ ସହିତ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା। ଦୁବାଇରେ ଖେଳାଯାଇଥିବା ମ୍ୟାଚ୍‌କୁ ଟିମ ଇଣ୍ଡିଆ ୪ ଉଇକେଟ୍‌ରେ ଜିତିଥିଲା। ଏହା ସହିତ ଭାରତ ଫାଇନାଲରେ ପହଞ୍ଚିଥିଲା। ଦଳର ବିଜୟ ସହିତ, ଅଧିନାୟକ ରୋହିତ ଶର୍ମାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ପଞ୍ଜିକୃତ ହୋଇଛି। ସେ ଇତିହାସ ସୃଷ୍ଟି କରିଛନ୍ତି। ରୋହିତ ଚାରୋଟି ICC ଟୁର୍ନାମେଣ୍ଟର ଫାଇନାଲରେ ପହଞ୍ଚିଥିବା ପ୍ରଥମ ଅଧିନାୟକ ହୋଇଛନ୍ତି।

ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୬୪ ରନ କରିଥିଲା। ଜବାବରେ, ଟିମ ଇଣ୍ଡିଆ ୪୮.୧ ଓଭରରେ ୬ ଉଇକେଟ ହରାଇ ମ୍ୟାଚ ଜିତି ନେଇଥିଲା। ୟବିରାଟ କୋହଲି ଚମତ୍କାର ବ୍ୟାଟିଂ କରିଥିଲେ। କୋହଲି ୯୮ଟି ବଲ୍‌ର ସମ୍ମୁଖୀନ ହୋଇ ୫ଟି ଚୌକା ସହାୟତାରେ ୮୪ ରନ କରିଥିଲେ। ଶ୍ରେୟସ ଆୟର ୪୫ ରନର ଇନିଂସ ଖେଳିଥିଲେ। କେଏଲ ରାହୁଲ ୪୨ ରନ କରି ନଟ ଆଉଟ ହୋଇଥିଲେ। ଭାରତ ଏହି ମ୍ୟାଚ୍‌କୁ ୪ ଉଇକେଟ୍‌ରେ ଜିତିଥିଲା।

ରୋହିତ ଚାରୋଟି ICC ଟୁର୍ନାମେଣ୍ଟର ଫାଇନାଲରେ ପହଞ୍ଚିଥିବା ପ୍ରଥମ ଅଧିନାୟକ ହୋଇଛନ୍ତି। ସେ ଏହି ମାମଲାରେ ମହେନ୍ଦ୍ର ସିଂହ ଧୋନୀ ଏବଂ ବିରାଟ କୋହଲିଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି। ଧୋନୀଙ୍କ ଅଧିନାୟକତ୍ୱରେ ଭାରତ ତିନୋଟି ଗୁରୁତ୍ୱପୂର୍ଣ୍ଣ ଟାଇଟଲ ଜିତିଥିଲା। କିନ୍ତୁ ଧୋନୀଙ୍କ ଅଧିନାୟକତ୍ୱରେ, ଦଳ ଚାରୋଟି ଟୁର୍ନାମେଣ୍ଟର ଫାଇନାଲ ଖେଳିପାରି ନ ଥିଲା। ଧୋନୀଙ୍କ ଅଧିନାୟକତ୍ୱରେ ଭାରତ ୨୦୦୭ ଟି୨୦ ବିଶ୍ୱକପ, ୨୦୧୧ ଦିନିକିଆ ବିଶ୍ୱକପ ଏବଂ ୨୦୧୩ ଚାମ୍ପିଅନ୍ସ ଟ୍ରଫି ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

ସିଦ୍ଧିବିନାୟକଙ୍କ ଆଶୀର୍ବାଦ ନେଲେ ସୂର୍ଯ୍ୟକୁମାର, ଗମ୍ଭୀର

ମୁମ୍ବାଇ,୧୪ା୩: ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀର ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟି୨୦ ବିଶ୍ୱକପ୍‌ ଟ୍ରଫି ସହ ସିଦ୍ଧିବିନାୟକ ମନ୍ଦିର ଦର୍ଶନ କରିଛନ୍ତି। ଗତ…

ମହିଳା ଫୁଟ୍‌ବଲ୍‌ ଏସିଆ କପ୍‌: ସେମିଫାଇନାଲରେ ପହଞ୍ଚିଲା ଚାଇନା

ପର୍ଥ,୧୪ା୩: ତାଇଓ୍ବାନକୁ ୨-୦ ଗୋଲ୍‌ରେ ପରାସ୍ତ କରି ଗତଥରର ଚାମ୍ପିୟନ ଚାଇନା ମହିଳା ଫୁଟ୍‌ବଲ୍‌ ଏସିଆ କପ୍‌ ସେମିଫାଇନାଲରେ ପ୍ରବେଶ କରିବା ସହ ୨୦୨୭ ବିଶ୍ୱକପ୍‌ ପାଇଁ…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri