Posted inଖେଳ

ରୋହିତଙ୍କ ଉପରେ ବିଶ୍ୱାସ ଅଛି, ୭ ମାସରେ ଦ୍ୱିତୀୟ ଥର ଏଭଳି ହେବନାହିଁ: ଗାଙ୍ଗୁଲି

କୋଲକାତା,୨୮।୬: ଟି୨୦ ବିଶ୍ୱକପ୍‌ ୨୦୨୪ ଫାଇନାଲରେ ପ୍ରବେଶ କରିଛି ଟିମ୍‌ ଇଣ୍ଡିଆ। ଦଳ ଜୁନ ୨୯ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ପ୍ରଥମ ଥର ପାଇଁ ଫାଇନାଲ ଖେଳୁଥିବା ଦକ୍ଷିଣ ଆଫ୍ରିକାକୁ ଭେଟିବ। ବିଶ୍ୱକପ୍‌ ଇତିହାସରେ ପ୍ରଥମ ଥର ପାଇଁ ଦୁଇ ଅଜେୟ ଟିମ୍‌ ମୁହାଁମୁହିଁ ହେବେ। ଏହାକୁ ନେଇ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବଡ଼ ବୟାନ ଦେଇଛନ୍ତି।

କୋଲକାତାରେ ଗାଙ୍ଗୁଲି କହିଛନ୍ତି, ଭଲ କଥା ଯେ ଭାରତ ଫାଇନାଲ ଖେଳିବ। ଭାରତ ଭଲ ପ୍ରଦର୍ଶନ କରୁଛି, ଏହି ବିଶ୍ୱକପ୍‌ରେ ସବୁଠାରୁ ଉଲ୍ଲେଖନୀୟ ଟିମ୍‌ରେ ରହିଛି। ନିଜ ଅଧିନାୟକତ୍ୱରେ ରୋହିତ ୫ ଆଇପିଏଲ୍‌ ଟ୍ରଫି ଜିତିଛନ୍ତି। ଆଇପିଏଲ୍‌ ଜିତିବା ବିଶ୍ୱକପ୍‌ ଜିତିବାଠାରୁ ଅଧିକ ମୁସ୍କିଲ ନୁହେଁ। ଏଣୁ ଆଶା କରୁଛି ଯେ ରୋହିତ କାଲି ଭାରତ ପାଇଁ ବିଶ୍ୱକପ୍‌ ଜିତିବେ। କହିବାକୁ ଗଲେ ରୋହିତ ୭ ମାସରେ ଦୁଇଥର ଫାଇନାଲରେ ପରାଜିତ ହେବେ ବୋଲି ଲାଗୁ ନ ଥିବା ଗାଙ୍ଗୁଲି କହିଛନ୍ତି।

ଏହାଛଡ଼ା ୭ ମାସରେ ଦୁଇ ଥର ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବାକୁ ନେଇ ଗାଙ୍ଗୁଲି କହିଛନ୍ତି ଯେ ଏହା ଦଳର ପାରିବାପଣ ଏବଂ ପରିଶ୍ରମକୁ ଦର୍ଶାଉଛି। ରୋହିତ ଫାଇନାଲରେ ନିଜର ଏକାଦଶରେ କୌଣସି ପରିବର୍ତ୍ତନ କରିବେ ନାହିଁ। ଏହା ହିଁ ତାଙ୍କ ଅଧିନାୟକତ୍ୱକୁ ସ୍ବତନ୍ତ୍ର କରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?