Posted inଖେଳ

ପଡ଼ିଆରେ କାର୍ତ୍ତିକ ଗଳା ଧରିଦେଲେ ରୋହିତ:ଭିଡିଓ ହେଉଛି ଭାଇରାଲ୍‌

ମୋହାଲି,୨୧।୯: ମୋହାଲିରେ ମଧ୍ୟରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଭାରତକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଥିଲା। ଅଷ୍ଟ୍ରେଲିଆର ଇନିଂସର ଦ୍ୱାଦଶ ଓଭରରେ ଭାରତର ଅଧିନାୟକ ରୋହିତ ଶର୍ମା ରାଗରେ ଉଇକେଟ କିପର ଦୀନେଶ କାର୍ତ୍ତିକଙ୍କ ଗଳା ଧରିଥିବାର ନଜର ଆସିଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଉଛି ଯେ, ରୋହିତ କାର୍ତ୍ତିକଙ୍କ ଉପରେ ବହୁତ ରାଯାଇଛନ୍ତି। ସେ ପାଟି କରି କାର୍ତ୍ତିକଙ୍କ ଗଳାକୁ ମଧ୍ୟ ଧରିଥିଲେ। ଏଥିରେ କାର୍ତ୍ତିକ ହସୁଥିବା ଦେଖିବାକୁ ମିଳିଛି। ଏହି ଘଟଣାରେ ବାକି ଖେଳାଳିମାନେ ମଧ୍ୟ ହସୁଥିବା ନଜର ଆସିଛନ୍ତି।
ଏହି ସେହି ସମୟରେ ଅଷ୍ଟ୍ରେଲିଆ ଦଳ ମ୍ୟାଚରେ ଦୃଢ ସ୍ଥିତିରେ ଥିଲା। ଜିତିବା ପାଇଁ ଅଷ୍ଟ୍ରେଲିଆକୁ ୫୨ ବଲରୁ ୮୭ ରନ ଆବଶ୍ୟକ ଥିବାବେଳେ ହାତରେ ୮ଟି ଉଇକେଟ ବାକି ଥିଲା। ଉମେଶ ଯାଦବ ଏହି ଓଭରରେ ବୋଲିଂ କରୁଥିଲେ। ଦ୍ୱାଦଶ ଓଭରର ତୃତୀୟ ବଲରେ ଷ୍ଟିଭ ସ୍ମିଥ କଟ୍‌ ଲଗାଇବାକୁ ଚେଷ୍ଟା କରିଥିଲେ, କିନ୍ତୁ ବଲ ବ୍ୟାଟ୍‌ ନିକଟକୁ ଯାଇ ଉଇକେଟ କିପର କାର୍ତ୍ତିକଙ୍କ ହାତକୁ ଯାଇଥିଲା। ଖେଳାଳିମାନେ ଅପିଲ କରିଥିଲେ, କିନ୍ତୁ କାର୍ତ୍ତିକ ବଲ ଏବଂ ବ୍ୟାଟ ମଧ୍ୟରେ ସମ୍ପର୍କ ବିଷୟରେ ଏତେ ସ୍ପଷ୍ଟ ହୋଇ ନ ଥିଲେ ତେରୁ ସେ ଅପିଲ କରି ନ ଥିଲେ। ଏହା ଦେଖି ରୋହିତ ରିଭ୍ୟୁ ନେଇ କାର୍ତ୍ତିକଙ୍କ ଉପରେ ନିଜର ରାଗ ସୁଝାଇଥିଲେ। ରିଭ୍ୟୁରେ ସ୍ମିଥ ମଧ୍ୟ ଆଉଟ୍‌ ଥିଲେ। ଏବେ ରୋହିତ ଏବଂ କାର୍ତ୍ତିକଙ୍କ ଭିଡିଓ ଭାଇରାଲ ହେବା ପରେ ଲୋକେ ବିଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି। ରୋହିତ ମଜାକ୍‌ରେ ନା ରାଗରେ ଏସବୁ କରିଥିଲେ ତାହା ଏବେ ପ୍ରଶ୍ନବାଚୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri