Posted inଖେଳ

କୋହଲିଙ୍କ ଖରାପ ଫର୍ମକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା

ଲଣ୍ଡନ,୧୧।୭: ଇଂଲଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ୧୭ ରନ୍‌ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଟିମ ଇଣ୍ଡିଆ କିନ୍ତୁ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ୨-୧ରେ ଜିତିବାରେ ସଫଳ ହୋଇଥିଲା। ଏହା ସତ୍ତ୍ୱେ ବିରାଟ କୋହଲି ସିରିଜରେ ଖରାପ ପ୍ରଦର୍ଶନ ପରେ ସମାଲୋଚକଙ୍କ ଟାର୍ଗେଟରେ ଅଛନ୍ତି। କିନ୍ତୁ ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ତାଙ୍କ ସମର୍ଥନରେ ବହାରିଛନ୍ତି।
ଦ୍ୱିତୀୟ ଟି-୨୦ରେ ବିରାଟ କୋହଲି ୧ ଏବଂ ତୃତୀୟ ଟି-୨୦ରେ ୧୧ ରନ କରିଥିଲେ। ନିରାଶାଜନକ ପ୍ରଦର୍ଶନ ପରେ ବିଶ୍ୱକପ ଦଳରେ ବିରାଟ କୋହଲି ଚୟନକୁ ନେଇ ପ୍ରଶ୍ନ ଉଠିଛି। ତେବେ ବିରାଟ କୋହଲିଙ୍କ ସହ ପୁରା ଦଳ ଛିଡା ହୋଇଥିବା ରୋହିତ ଶର୍ମା ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ଆମେ ବିରାଟ କୋହଲିଙ୍କ ସହ ଅଛୁ। ବିରାଟ କୋହଲି ୧୦ ବର୍ଷ ଧରି କ୍ରମାଗତ ଭାବରେ ଦଳକୁ ବିଜୟ ଦେଇଛନ୍ତି। ଗୋଟିଏ କିମ୍ବା ୨ଟି ମ୍ୟାଚ୍‌ରେ ଯେକୌଣସି ଖେଳାଳିଙ୍କ ପ୍ରଦର୍ଶନ ଖରାପ ହୋଇପାରେ।
କପିଲ ଦେବ ବିରାଟ କୋହଲିଙ୍କୁ ଦଳରେ ନେଇ ଉଠାଇ ଥିବା ପ୍ରଶ୍ନର ଉତ୍ତରରେ ରୋହିତ ଶର୍ମା କହିଛନ୍ତି, ବାହାରେ ଯାହା କୁହାଯାଉଛି ତାହା ଆମେ ଶୁଣୁ ନାହୁଁ। ଆମେ ଜାଣୁ ଭିତରେ କଣ ଚାଲିଛି। ଆମେ ବାହାର ବିଷୟରେ ଚିନ୍ତା କରୁନାହୁଁ। ଆମେ ପ୍ରତ୍ୟେକ ଖେଳାଳିଙ୍କ କ୍ୱାଲିଟିରେ ବିଶ୍ୱାସ କରୁ।
ସୂଚନାଯୋଗ୍ୟ, ଏଜବାଷ୍ଟନ ଟେଷ୍ଟରେ ବିରାଟ କୋହଲି ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିବାରେ ସକ୍ଷମ ହୋଇ ନ ଥିଲେ। ତେବେ ଇଂଲଣ୍ଡ ବିପକ୍ଷ ସିରିଜରେ ନିରାଶାଜନକ ପ୍ରଦର୍ଶନ ପରେ ବିରାଟ କୋହଲିଙ୍କ ପାଇଁ ଆଗାମୀ ରାସ୍ତା ସହଜ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri