Posted inଖେଳ

କାନ୍ଦିଲେ ରୋହିତ ଶର୍ମା! ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୧୫।୩: ଭାରତୀୟ ଅଧିନାୟକ ରୋହିତ ଶର୍ମା କାର ବହୁତ ପସନ୍ଦ କରନ୍ତି। ରୋହିତଙ୍କୁ ପ୍ରାୟତଃ ମୁମ୍ବାଇରେ ତାଙ୍କ କାରରେ ବୁଲୁଥିବାର ଦେଖାଯାଏ, ପ୍ରଶଂସକମାନେ ତାଙ୍କ କାର କଲେକସନ ସହିତ ପରିଚିତ। ତଥାପି, ଏବେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ସେ ତାଙ୍କ କାର ଲାମ୍ବୋର୍ଗିନୀ ପାଇଁ କାନ୍ଦୁଥିବାର ଦେଖାଯାଉଛି। ଭିଡିଓ ସାମ୍ନାକୁ ଆସିବା ପରେ, ସମ୍ପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଥିଲା।
ବିଜ୍ଞାପନ କମ୍ପାନୀଗୁଡ଼ିକ ମଧ୍ୟ IPLର ୧୮ତମ ସିଜିନ ପାଇଁ ପ୍ରସ୍ତୁତ ହୋଇସାରିଛନ୍ତି। ନିଜର ପ୍ରଡକ୍ଟକୁ ନେଇ ିଭିନ୍ନ ଭିନ୍ନ ଆଇଡିଆ ସହ ବିଜ୍ଞାପନ ତିଆରି କରୁଛନ୍ତି। ଏବେ ଏକ କମ୍ପାନୀ ପାଇଁ ବିଜ୍ଞାପନ କରୁଥିବା ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କୁ କାନ୍ଦୁଥିବା ପରି ଅଭିନୟ କରିବାକୁ ପଡିଲା। ରୋହିତ ଶନିବାର, ମାର୍ଚ୍ଚ ୧୫ ତାରିଖରେ ତାଙ୍କ ଅଫିସିଆଲ ଏକ୍ସ ଆକାଉଣ୍ଟରେ ଏହାର ଏକ ଭିଡିଓ ଶେୟାର କରିଛନ୍ତି।
ଭିଡିଓ ଶେୟାର କରିବା ସମୟରେ ରୋହିତ ଲେଖିଛନ୍ତି ଯେ ୨୬୪ ସର୍ବଦା ପ୍ରଶଂସକମାନଙ୍କ ପାଇଁ ଥିଲା ଏବଂ ରହିବ। ସୂଚନାଯୋଗ୍ୟ, ରୋହିତ ଶ୍ରୀଲଙ୍କା ବିପକ୍ଷରେ ୨୬୪ ରନର ଇନିଂସ ଖେଳିଥିଲେ। ଯେତେବେଳେ ସେ Lamborghini Urus କାର କିଣିଲେ, ସେତେବେଳେ ତାଙ୍କୁ ‘264’ ନମ୍ବର ଥିବା ଏକ ସ୍ବତନ୍ତ୍ର ନମ୍ବର ପ୍ଲେଟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍‌ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା...

Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ!

ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ପାକିସ୍ତାନରେ ହଇଚଇ: ଶେହବାଜ ମେଡିକାଲରେ ଭର୍ତ୍ତି, ପ୍ରେସକିପଶନରୁ ମିଳିଲା ସାଂଘାତିକ ତଥ୍ୟ!

ଇସଲାମାବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ଟ୍ରମ୍ପ ବିରୋଧୀ ମାର୍କ କାର୍ନିଙ୍କ ଜବରଦସ୍ତ ବିଜୟ: ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ଲିବରାଲ ପାର୍ଟି ଜିତିବାରେ ସଫଳ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି ମାର୍କ କାର୍ନି ଅଭିନନ୍ଦନ ଜଣାଇଛନ୍ତି।...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri