Posted inଖେଳ

କୋହଲିଙ୍କ ପରାମର୍ଶରେ ସହମତ ନୁହନ୍ତି ରୋହିତ, କହିଲେ…

ନୂଆଦିଲ୍ଲୀ,୨୮।୨: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର ବରିଷ୍ଠ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଟେଷ୍ଟ କ୍ରିକେଟ ଭାରତର ୫ ସ୍ଥାନରେ ଖେଳାଯିବା ଉଚିତ ବୋଲି ଏକ ପରାମର୍ଶ ଦେଇଥିଲେ। ହେଲେ ଅଧିନାୟକ ରୋହିତ ଶର୍ମା ଏଥିରେ ସହମତ ନ ଥିବା ସ୍ପଷ୍ଟ କରିଛନ୍ତି। ତୃତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ରୋହିତ କୋହଲିଙ୍କ ପରାମର୍ଶ ନେଇ ନିଜର ମତ ରଖି କହିଛନ୍ତି, ଟେଷ୍ଟ କ୍ରିକେଟକୁ କେନ୍ଦ୍ରରେ ସୀମିତ ରଖାଯାଇପାରିବ ନାହିଁ। ଏହା ଦେଶର ପ୍ରତ୍ୟେକ ଭାଗରେ ଖେଳାଯିବା ଉଚିତ। ଟେଷ୍ଟ କ୍ରିକେଟକୁ ପ୍ରୋତ୍ସାହିତ କରିବାକୁ ଚାହୁଁଥିବା ହେତୁ ଏହାକୁ ଦେଶର ପ୍ରତ୍ୟେକ ଭାଗରେ ଆୟୋଜନ କରିବାକୁ ପଡିବ ବୋଲି ସେ କହିଛନ୍ତି।

ତେବେ କୋହଲି ୫ ବର୍ଷ ପୂର୍ବେ ୨୦୧୯ ରେ ଟେଷ୍ଟ କ୍ରିକେଟକୁ ନେଇ ପରାମର୍ଶ ଦେଇ କହିଥିଲେ, ଭାରତରେ କେବଳ ୫ ସେଣ୍ଟରରେ ଟେଷ୍ଟ କ୍ରିକେଟ ଖେଳାଯିବା ଉଚିତ। ଏହାଫଳରେ ଭାରତ ଗସ୍ତ କରୁଥିବା ଦଳମାନେ କେଉଁ ପାଞ୍ଚଟି କେନ୍ଦ୍ରରେ ସେମାନଙ୍କୁ କ୍ରିକେଟ ଖେଳିବାକୁ ପଡିବ ତାହା ଜାଣିପାରିବେ। ଏହା ବ୍ୟତୀତ ସେହି ପାଞ୍ଚଟି କେନ୍ଦ୍ରରେ ପିଚ୍‌ର ଅବସ୍ଥା କିଭଳି ରହିବ ସେ ନେଇ ବିରୋଧୀ ଟିମ୍‌ ପୂର୍ବରୁ ଅବଗତ ଥିବେ। କୋହଲିଙ୍କ ଏହି ବିବୃତ୍ତିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି।

କହିରଖୁଛୁ, ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ ମାର୍ଚ୍ଚ ୧ରେ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯିବ। ସିରିଜର ପ୍ରଥମ ଦୁଇଟି ମ୍ୟାଚ ଜିତିବା ପରେ ଭାରତ ୨-୦ରେ ଆଗୁଆ ରହିଛି। ଯଦି ଭାରତୀୟ ଦଳ ତୃତୀୟ ମ୍ୟାଚ ଜିତିନିଏ ତେବେ ସେମାନେ ଅଷ୍ଟ୍ରେଲିଆ ବିପକ୍ଷରେ ଆଉ ଏକ ସିରିଜ ଜିତିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri