Posted inଖେଳ

ବିରାଟଙ୍କ ସମକକ୍ଷ ହେଲେ ରୋହିତ, ପଛରେ ପଡ଼ିଲେ ବାବର

ରାଞ୍ଚି, ୨୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା ଭାରତ। ଦଳ ଏହି ମ୍ୟାଚ୍‌ରେ ଅତିଥି ଟିମ୍‌କୁ ପରାସ୍ତ କରି ସିରିଜ୍‌କୁ ଆଗୁଆ ଜିତି ନେଇଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ନିଜର ୨୫ତମ ଅର୍ଦ୍ଧଶତକ ମାରି ମ୍ୟାଚ୍‌ରେ ୫୫ ରନ୍‌ କରିଥିଲେ। ଏହାପରେ ସେ ବିରାଟ କୋହଲିଙ୍କ ସମକକ୍ଷ ହୋଇଛନ୍ତି।

ଟି୨୦ ମୁକାବିଲାରେ ସବୁଠାରୁ ଅଧିକ ୫୦ରୁ ଅଧିକ ରନ୍‌ କରିଥିବା ମାମଲାରେ ରୋହିତ ବିରାଟଙ୍କ ସମକକ୍ଷ ହୋଇଛନ୍ତି। ରୋହିତ ନିଜର କ୍ୟାରିୟରରେ ୨୯ଥର ୫୦ରୁ ଅଧିକ ରନ୍‌ କରିଛନ୍ତି। ତେବେ ଏହା ତାଙ୍କର ୨୫ତମ ଅର୍ଦ୍ଧଶତକ ଥିଲା। ପୂର୍ବରୁ ସେ ୪ ଶତକ ବି ମାରିଛନ୍ତି। ଉଭୟଙ୍କ ପରେ ଏହି ମାମଲାରେ ପାକିସ୍ତାନ ଅଧିନାୟକ ବାବର ଆଜମ(୨୫ ପାଳି) ଏବଂ ଡେଭିଡ ଓ୍ବାର୍ନର(୨୨ ପାଳି) ଅଛନ୍ତି।

ଏହାଛଡ଼ା ରୋହିତ ଏବଂ କେଏଲ୍‌ ରାହୁଲଙ୍କ ଯୋଡ଼ି ପ୍ରଥମ ଉଇକେଟ ପାଇଁ ୧୧୭ ରନ୍‌ କରିଥିଲେ। ଏଥିସହ ସେ ସବୁଠାରୁ ଅଧିକ ୧୦୦ରନ୍‌ର ଭାଗିଦାରୀ କରିଥିବା ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ଗତ ୫ ମ୍ୟାଚ୍‌ରେ ଏହି ଯୋଡ଼ି ଖୁବ୍‌ ଭଲ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri