Posted inଖେଳ

ବିରାଟଙ୍କ ସମକକ୍ଷ ହେଲେ ରୋହିତ, ପଛରେ ପଡ଼ିଲେ ବାବର

ରାଞ୍ଚି, ୨୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା ଭାରତ। ଦଳ ଏହି ମ୍ୟାଚ୍‌ରେ ଅତିଥି ଟିମ୍‌କୁ ପରାସ୍ତ କରି ସିରିଜ୍‌କୁ ଆଗୁଆ ଜିତି ନେଇଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ନିଜର ୨୫ତମ ଅର୍ଦ୍ଧଶତକ ମାରି ମ୍ୟାଚ୍‌ରେ ୫୫ ରନ୍‌ କରିଥିଲେ। ଏହାପରେ ସେ ବିରାଟ କୋହଲିଙ୍କ ସମକକ୍ଷ ହୋଇଛନ୍ତି।

ଟି୨୦ ମୁକାବିଲାରେ ସବୁଠାରୁ ଅଧିକ ୫୦ରୁ ଅଧିକ ରନ୍‌ କରିଥିବା ମାମଲାରେ ରୋହିତ ବିରାଟଙ୍କ ସମକକ୍ଷ ହୋଇଛନ୍ତି। ରୋହିତ ନିଜର କ୍ୟାରିୟରରେ ୨୯ଥର ୫୦ରୁ ଅଧିକ ରନ୍‌ କରିଛନ୍ତି। ତେବେ ଏହା ତାଙ୍କର ୨୫ତମ ଅର୍ଦ୍ଧଶତକ ଥିଲା। ପୂର୍ବରୁ ସେ ୪ ଶତକ ବି ମାରିଛନ୍ତି। ଉଭୟଙ୍କ ପରେ ଏହି ମାମଲାରେ ପାକିସ୍ତାନ ଅଧିନାୟକ ବାବର ଆଜମ(୨୫ ପାଳି) ଏବଂ ଡେଭିଡ ଓ୍ବାର୍ନର(୨୨ ପାଳି) ଅଛନ୍ତି।

ଏହାଛଡ଼ା ରୋହିତ ଏବଂ କେଏଲ୍‌ ରାହୁଲଙ୍କ ଯୋଡ଼ି ପ୍ରଥମ ଉଇକେଟ ପାଇଁ ୧୧୭ ରନ୍‌ କରିଥିଲେ। ଏଥିସହ ସେ ସବୁଠାରୁ ଅଧିକ ୧୦୦ରନ୍‌ର ଭାଗିଦାରୀ କରିଥିବା ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ଗତ ୫ ମ୍ୟାଚ୍‌ରେ ଏହି ଯୋଡ଼ି ଖୁବ୍‌ ଭଲ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?