Posted inଖେଳ

ରୋହିତ ଶର୍ମାଙ୍କୁ ୧୨ ଲକ୍ଷ ଟଙ୍କା ଜୋରିମନା

ଚେନ୍ନାଇ,୨୧।୪: ଆଇପିଏଲର ୧୪ତମ ମ୍ୟାଚରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସଠାରୁ ୬ ଉଇକେଟରେ ପରାସ୍ତ ହୋଇଛି। ମୁମ୍ବାଇ ଉପରେ ଏହି ଚମତ୍କାର ବିଜୟ ସହିତ ଦିଲ୍ଲୀ ଡିଫେଣ୍ଡିଂ ଚାମ୍ପିଅନ୍ସ ଦଳ ମୁମ୍ବାଇ ବିପକ୍ଷରେ କ୍ରମାଗତ ପାଞ୍ଚଟି ପରାଜୟର କ୍ରମ ଭାଙ୍ଗିଛି। ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ଦିଲ୍ଲୀକୁ ୧୩୮ ରନର ଟାର୍ଗେଟ ଦେଇଥିଲା, ଏହାର ଜବାବରେ ରିଷଭ ପନ୍ତଙ୍କ ଦଳ ୫ଟି ବଲ ବାକି ଥାଇ ୪ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିଥିଲା। ଚଳି ଟୁର୍ନାମେଣ୍ଟରେ ଏହା ହେଉଛି ମୁମ୍ବାଇର ଦ୍ୱିତୀୟ ପରାଜୟ।
ଏହି ପରାଜୟ ପରେ ଅଧିନାୟକ ରୋହିତଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ରୋହିତଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜୋରିମନା ଲଗାଯାଇଛି। ମନ୍ଥର ଓଭର ହାର ପାଇଁ ରୋହିତଙ୍କୁ ଜୋରିମନା କରାଯାଇଥିଲା। ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ମୁମ୍ବାଇ ଦଳ ପୂରା ଓଭର ବୋଲିଂ କରିପାରି ନ ଥିଲା। ଆଇପିଏଲର ଏହି ସିଜନରେ ଏହା ମୁମ୍ବାଇର ପ୍ରଥମ ଭୁଲ ଏବଂ ତାଙ୍କୁ ଆଇପିଏଲ ଆଚରଣ ସଂହିତା ଅନୁଯାୟୀ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ବିସିସିଆଇ ଏକ ନିୟମ କରିଛି ଯେ ପ୍ରତ୍ୟେକ ଦଳକୁ ୯୦ ମିନିଟରେ ନିଜର ୨୦ ଓଭର ପୂରଣ କରିବାକୁ ପଡିବ। ଏହି ଅନୁଯାୟୀ, ପ୍ରତ୍ୟେକ ଦଳକୁ ଏକ ଘଣ୍ଟାରେ ୧୪.୧୧ ଓଭର ପକାଇବାକୁ ପଡିବ। ଆଇପିଏଲର ଆଚରଣ ସଂହିତା ଅନୁଯାୟୀ, ପ୍ରଥମ ଥର ପାଇଁ ଏହି ନିୟମକୁ ଉଲ୍ଲଂଘନ କରିବା ଅର୍ଥ ହେଉଛି ୧୨ ଲକ୍ଷ ଟଙ୍କା ଜୋରିମନା ଏବଂ ଯଦି ଆଗାମୀ ଦୁଇଟି ମ୍ୟାଚରେ ଏହି ଭୁଲ ପୁଣିଥରେ ଘଟେ, ତେବେ ଅଧିନାୟକଙ୍କୁ କଠୋର ଦଣ୍ଡର ସମ୍ମୁଖୀନ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri