Posted inଖେଳ

ଅଷ୍ଟ୍ରେଲିଆକୁ କଡ଼ା ଜବାବ ଦେଲେ ରୋହିତ ଶର୍ମା

ନାଗପୁର,୮।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। କଙ୍ଗାରୁ ଦଳ ମଧ୍ୟରେ ସିରିଜ ଆରମ୍ଭ ହେବା ପୂର୍ବରୁ ଭାରତୀୟ ସ୍ପିନରଙ୍କୁ ନେଇ ଭୟ ରହିଛି। ଏହି କାରଣରୁ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ୍‌ମାନେ ବେଙ୍ଗାଲୁରୁରେ ଅଭ୍ୟାସ ଅଧିବେଶନରେ ସ୍ପିନ ବୋଲରଙ୍କ ବିପକ୍ଷରେ ଅଧିକ ଅଭ୍ୟାସ କରିଥିଲେ। କେବଳ ଏତିକି ନୁହେଁ, ଅଷ୍ଟ୍ରେଲୀୟ ଗଣମାଧ୍ୟମ ଆଉ ଏକ ପାଦ ଆଗକୁ ଯାଇ ନାଗପୁର ପିଚ୍‌କୁ ଟାମ୍ପରିଂ କରାଯାଇଛି ବୋଲି ଅଭିଯୋଗ କରିଛନ୍ତି। କିଛି ଅଷ୍ଟ୍ରେଲୀୟ ସାମ୍ବାଦିକ ତଥା ପୂର୍ବତନ କ୍ରିକେଟର ଅନୁଭବ କରୁଛନ୍ତି ଯେ ଭାରତ ଭିନ୍ନ ଭିନ୍ନ ପିଚ ପ୍ରସ୍ତୁତ କରୁଛି।
ବୁଧବାର ସାମ୍ବାଦିକ ସମ୍ମିଳନୀରେ ଏନେଇ ଭାରତ ଅଧିନାୟକ ରୋହିତ ଶର୍ମାଙ୍କୁ ପଚରାଯିବାରୁ ସେ ଅଷ୍ଟ୍ରେଲିଆକୁ ଦୃଢ ଜବାବ ଦେଇଛନ୍ତି। ରୋହିତ କହିଛନ୍ତି ଯେ ପିଚ ନୁହେଁ, ମ୍ୟାଚ ଉପରେ ଧ୍ୟାନ ଦିଆଯିବା ଉଚିତ୍‌। ପଡ଼ିଆରେ ଖେଳୁଥିବା ସମସ୍ତ ୨୨ ଖେଳାଳି ସବୁପ୍ରକାର ପଅରିସ୍ଥିତିରେ ଖେଳିବାକୁ ସକ୍ଷମ। ନାଗପୁର ପିଚ୍‌ ସ୍ପିନରମାନଙ୍କୁ ସାହାଯ୍ୟ କରିବ। ଯୋଜନା ଏବଂ ପଦ୍ଧତି ରହିବା ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କର ପଦ୍ଧତି ଅଲଗା। ତେଣୁ ସମସ୍ତେ ପରିସ୍ଥିତି ଅନୁଯାୟୀ ଖେଳିବେ। ଭାରତୀୟ ଦଳ ୨୦୦୮ ପରେ ନାଗପୁରରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ। ଶେଷ ଥର ପାଇଁ ଟିମ ଇଣ୍ଡିଆ ଏହି ଗ୍ରାଉଣ୍ଡରେ କଙ୍ଗାରୁ ଦଳକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri