Posted inଖେଳ

ଏମିତି ପ୍ରଶ୍ନ ଶୁଣି ରାଗିଗଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୬।୯: ଦିନିକିଆ ବିଶ୍ୱକପ ପାଇଁ ଭାରତର ୧୫ ସଦସ୍ୟ ବିଶିଷ୍ଟ ଦଳ ଘୋଷଣା ହୋଇଛି। ଏହାପରେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଅଧିନାୟକ ରୋହିତ ଶର୍ମାଙ୍କ ସହ ଏକ ସାମ୍ବାଦିକ ଡକାଇଥିଲେ। ଦୁହେଁ ଏକାଠି ଗଣମାଧ୍ୟମର ପ୍ରଶ୍ନର ଉତ୍ତର ଦେଇଥିଲେ। ଏହି ସମୟରେ ରୋହିତ ଶର୍ମାଙ୍କୁ ଏପରି ପ୍ରଶ୍ନ ପଚରାଯାଇଥିଲା ଯେ ସେ ରାଗିଯାଇଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ରୋହିତ ଶର୍ମାଙ୍କୁ ପଚରାଯାଇଥିଲା ଯେ, ଯେତେବେଳେ ବି ଭାରତୀୟ ଦଳ ପାକିସ୍ତାନ ବିପକ୍ଷରେ ଖରାପ ପ୍ରଦର୍ଶନ କରେ, ପଡ଼ିଆ ବାହାରେ ପରିବେଶ ନଷ୍ଟ ହୋଇଯାଏ। ତେଣୁ ସେ ଏଥିରେ ରାଗିଗଲେ। ରୋହିତ ନିଜ ଶୈଳୀରେ ରାଗିଯାଇ କହିଥିଲେ, ଦେଖନ୍ତୁ ମୁଁ ଭାବୁନାହିଁ ଯେ ଏହା ଅଧିକ ପରିବର୍ତ୍ତନ କରେ ଏବଂ ବିଶ୍ୱକପରେ ମଧ୍ୟ ମୋତେ ଏହି ସବୁ ପ୍ରଶ୍ନ ପଚାର ନାହିଁ, ଆମେ ବାହାର କଥା ପ୍ରତି ଧ୍ୟାନ ଦେବାକୁ ଚାହୁଁନାହୁଁ। ଏହା ବିଷୟରେ କଥାବାର୍ତ୍ତା କରିବାର କୌଣସି ଅର୍ଥ ନାହିଁ। ଆମର ଧ୍ୟାନ ଅନ୍ୟତ୍ର ଅଛି, ଏବଂ ଆମେ ଏକ ଦଳ ଭାବରେ ସେହି ଜିନିଷ ଉପରେ ଧ୍ୟାନ ରଖିବାକୁ ଚାହୁଁଛୁ।
ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ, ଅଫ ସ୍ପିନର ଆର ଅଶ୍ୱିନ ଏବଂ ୱାଶିଂଟନ ସୁନ୍ଦର ଦଳରେ ସ୍ଥାନ ପାଇନାହାଁନ୍ତି। ଯେଉଁମାନେ ଦଳରେ ସ୍ଥାନ ପାଇପାରିନାହାଁନ୍ତି ସେମାନଙ୍କୁ ନେଇ ରୋହିତ ଶର୍ମା କହିଛନ୍ତି ଯେ, ଦଳର ଲାଭ ପାଇଁ ଅନେକ ଥର ଦଳ ପରିଚାଳନାକୁ କଠୋର ନିଷ୍ପତ୍ତି ନେବାକୁ ପଡ଼ିବ। ଆମକୁ ଦେଖିବାକୁ ପଡିବ କିଏ ଫର୍ମରେ ଅଛନ୍ତି। ଏହା ସବୁବେଳେ ଘଟେ। କ୍ରିକେଟରେ ଦଳର ଆବଶ୍ୟକତା ଅନୁଯାୟୀ କଠୋର ନିଷ୍ପତ୍ତି ନେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri