Posted inଖେଳ

ରାଗିଗଲେ ରୋହିତ ଶର୍ମା: କହିଲେ, ଆଉ କୌଣସି ବାହାନା ଚଳିବନି

ଢାକା,୫।୧୨: ବାଂଲାଦେଶ ବିପକ୍ଷ ପ୍ରଥମ ଦିନିକିଆରେ ପରାଜୟ ପାଇଁ ଭାରତୀୟ ଅଧିନାୟକ ରୋହିତ ଶର୍ମା ବ୍ୟାଟ୍ସମ୍ୟାନଙ୍କୁ ଦାୟୀ କରିଛନ୍ତି। ଢାକା ମୀରପୁର ଠାରେ ଏକ କମ ସ୍କୋରର ମ୍ୟାଚରେ ଟିମ ଇଣ୍ଡିଆ ଗୋଟିଏ ଉଇକେଟରେ ଘରୋଇ ଦଳଠାରୁ ହାରିଥିଲା। ଦଳର ବ୍ୟାଟିଂ ବିଫଳତା ଉପରେ ରୋହିତ ଶର୍ମା ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି,ଖେଳାଳିମାନେ କିପରି ଖେଳିବେ ତାହା ସେମାନଙ୍କୁ ବୁଝିବାକୁ ପଡ଼ିବ। ଭାରତୀୟ ବ୍ୟାଟ୍ସମ୍ୟାନ୍‌ମାନେ ବାଂଲାଦେଶୀ ସ୍ପିନରଙ୍କୁ ସଠିକ ମୁକାବିଲା କରିପାରି ନଥିଲେ। ଆମେ କିପରି ସ୍ପିନ ବୋଲରଙ୍କୁ ସାମ୍ନା କରିବୁ ସେଥିପ୍ରତି ଧ୍ୟାନ ଦେବାକୁ ପଡ଼ିବ। ଆମେ ସ୍ପିନରଙ୍କୁ ଖେଳି ବଡ ହୋଇଛୁ। ତେଣୁ ଆଉ କୌଣସି ବାହାନା ଚଳିବନି।
ଏହି ମ୍ୟାଚରେ ଭାରତ ୧୮୬ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଏହି ସ୍କୋରକୁ ପିଛା କରି ଏକଦା ବାଂଲାଦେଶ ଦଳ ୧୩୬ ରନରେ ୯ ଉଇକେଟ ହରାଇଥିଲା। ଏହା ପରେ ମେହେଦି ହାସନ ମିରାଜ ମୁସ୍ତାଫିଜୁର ରହମାନଙ୍କ ସହ ମିଶି ଦଳକୁ ଜିତାଇଥିଲେ। ଏହି ବିଜୟ ସହିତ ବାଂଲାଦେଶ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ସିରିଜର ପରବର୍ତ୍ତୀ ମ୍ୟାଚ ଡିସେମ୍ବର ୭ରେ ଢାକାର ଶେର୍‌-ଇ-ବଙ୍ଗଳା ଷ୍ଟାଡିୟମରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri