ରାଇନାଙ୍କୁ ପଛରେ ପକାଇବା ଲାଗି ରୋହିତ୍‌ଙ୍କ ନିକଟରେ ସୁଯୋଗ

ଆବୁଧାବି, ୬।୧୦: ଚଳିତ ଆଇପିଏଲ୍‌ର ବିଂଶତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ରାଜସ୍ଥାନ ରୟାଲ୍ସ ସହ ହେବ। ଏହି ଅବସରରେ ମୁମ୍ବାଇ ଅଧିନାୟକ ରୋହିତ୍‌ ଶର୍ମାଙ୍କ ନିକଟରେ ସୁରେଶ ରାଇନାଙ୍କ ଏକ ଆଇପିଏଲ୍‌ ରେକର୍ଡକୁ ପଛରେ ପକାଇବାର ସୁଯୋଗ ରହିଛି। ଆଇପିଏଲ୍‌ ଇତିହାସରେ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ସର୍ବାଧିକ ଅର୍ଦ୍ଧଶତକ ଉଭୟ ରୋହିତ୍‌ ଓ ରାଇନାଙ୍କ ନାମରେ ରହିଛି। ଉଭୟ ବର୍ତ୍ତମାନ ସୁଦ୍ଧା ୩୮ଟି ଲେଖାଏ ଅର୍ଦ୍ଧଶତକ ହାସଲ କରିସାରିଛନ୍ତି। ଯଦି ମଙ୍ଗଳବାର ମ୍ୟାଚ୍‌ରେ ରୋହିତ୍‌ ୫୦ କିମ୍ବା ଏହାଠାରୁ ଅଧିକ ରନ୍‌ ସଂଗ୍ରହ କରନ୍ତି ତେବେ ଆଇପିଏଲ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ସର୍ବାଧିକ ଅର୍ଦ୍ଧଶତକ ହାସଲ କରିବାର କୀର୍ତ୍ତିମାନ କରିବେ। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅଧିନାୟକ ବିରାଟ କୋହଲି (୩୭ ଅର୍ଦ୍ଧଶତକ) ଏହି ତାଲିକାର ୩ୟ ସ୍ଥାନରେ ରହିଛନ୍ତି। କିନ୍ତୁ ଆଇପିଏଲ୍‌ରେ ସର୍ବାଧିକ ଅର୍ଦ୍ଧଶତକ ରେକର୍ଡ ସନ୍‌ରାଇଜର୍ସ ହାଇଦ୍ରାବାଦର ଓପନର୍‌ ଡେଭିଡ୍‌ ଓ୍ବାର୍ନର (୪୫)ଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri