Posted inଖେଳ

କୋହଲିଙ୍କୁ ଦଳରୁ ବାହାର କରିଦେବେ କି? ପ୍ରଶ୍ନ ଶୁଣି ଏଭଳି କହିଲେ ରୋହିତ

ନୂଆଦିଲ୍ଲୀ,୧୫।୨: କ୍ୟାରିୟରର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛନ୍ତି ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି। ତିନୋଟିଯାକ ଫର୍ମାଟରେ ତାଙ୍କ ପ୍ରଦର୍ଶନ ବହୁତ ଖରାପ ରହିଛି। ଏବେ କୋହଲିଙ୍କ ଫର୍ମକୁ ନେଇ ବଡ଼ ବୟାନ ଦେଇଛନ୍ତି ଅଧିନାୟକ ରୋହିତ ଶର୍ମା।

ମଙ୍ଗଳବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ କୋହଲିଙ୍କୁ ନେଇ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ରୋହିତ କହିଛନ୍ତି, ‘ସେ କୌଣସି ଚାପରେ ଚାହାନ୍ତି। ଖୁବ୍‌ଶୀଘ୍ର ବଡ ଇନିଂସ ଖେଳିବେ। ଫର୍ମ କଥା ଦେଖାଗଲେ ସେ ବହୁତ ଭଲ ଫର୍ମରେ ଅଛନ୍ତି। ଏକ ଦଶନ୍ଧିରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ଦଳର ଅଂଶବିଶେଷ ରହିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ସେ ଏତେ ସମୟ ଅତିବାହିତ କରିଛନ୍ତି ଯେ ଚାପ ପରିସ୍ଥିତିର ମୁକାବିଲା କିଭଳି କରିହେବ ତାହା ଭଲ ଭାବେ ଜାଣନ୍ତି। ମୁଁ ଭାବୁଛି ସବୁକିଛି ଆପଣମାନଙ୍କଠାରୁ ଆରମ୍ଭ ହୋଇଛି। ଯଦି ଆପଣମାନେ କିଛି ସମୟ ଚୁପ୍‌ ରହିପାରିବେ ତେବେ ସବୁକିଛି ଠିକ୍‌ ହୋଇଯିବ। ’

କହିରଖୁଛୁ, ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦିନିକିଆ ସିରିଜରେ କୋହଲି ମୋଟ ୨୬ ରନ୍‌ କରିଥିଲେ। ସେ ୮,୧୮ ଏବଂ ୦ ରନ୍‌ର ଇନିଂସ ଖେଳିଥିଲେ। ଏବେ ରୋହିତ କୋହଲିଙ୍କ ଏଭଳି ପ୍ରଦର୍ଶନର ଦୋଷ ଗଣମାଧ୍ୟମ ଉପରେ ଲଦିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri