Posted inଖେଳ

ଯୁବରାଜଙ୍କୁ ଟପିଲେ ହିଟ୍‌ମ୍ୟାନ୍‌

ପର୍ଥ,୨୮।୧୦: ଟି-୨୦ ବିଶ୍ୱକପରେ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ସୁପର -୧୨ ରାଉଣ୍ଡର ଗ୍ରୁପ -୨ରେ ପାକିସ୍ତାନ ପରେ ଭାରତ ମଧ୍ୟ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ଗ୍ରୁପ -୨ର ଶୀର୍ଷରେ ପହଞ୍ଚିଛି। ଏହି ମ୍ୟାଚରେ ଭାରତୀୟ ଦଳର ବ୍ୟାଟିଂ ଭଲ ଥିଲା। ଅଧିନାୟକ ରୋହିତଙ୍କ ବ୍ୟତୀତ ବିରାଟ କୋହଲି ଏବଂ ସୂର୍ଯ୍ୟକୁମାର ଯାଦବ ମଧ୍ୟ ଅର୍ଦ୍ଧଶତକ ହାସଲ କରିଥିଲେ।
ରୋହିତ ଟି-୨୦ ଅନ୍ତର୍ଜାତୀୟ କ୍ୟାରିୟରର ୨୯ତମ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୩୯ ବଲରେ ୫୩ ରନ ସଂଗ୍ରହ କରିଥିଲେ। ରୋହିତ ତାଙ୍କ ଇନିଂସରେ ୪ଟି ଚୌକା ଓ ୩ଟି ଛକା ମାରିଥିଲେ। ରୋହିତ ତାଙ୍କ ଇନିଂସ ସମୟରେ ଅନେକ ରେକର୍ଡ କରିଥିଲେ।
ଟି -୨୦ ବିଶ୍ୱକପରେ ରୋହିତ ଭାରତ ପାଇଁ ସର୍ବାଧିକ ଛକା ମାରିଥିବା ଖେଳାଳି ହୋଇଛନ୍ତି। ସେ ଏପର୍ଯ୍ୟନ୍ତ ଟି-୨୦ ବିଶ୍ୱକପରେ ୩୫ଟି ମ୍ୟାଚରେ ୩୪ଟି ଛକା ମାରିଛନ୍ତି। ଏହି ପରିପ୍ରେକ୍ଷୀରେ ରୋହିତ ଭାରତର ପୂର୍ବତନ କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କୁ ପଛରେ ପକାଇ ଦେଇଛନ୍ତି। ୩୧ ଟି-୨୦ ବିଶ୍ୱକପ ମ୍ୟାଚରେ ଯୁବରାଜ ୩୩ ଛକା ମାରିଥିଲେ। ୱେଷ୍ଟଇଣ୍ଡିଜ୍‌ର କ୍ରିସ ଗେଲ ଟି-୨୦ ବିଶ୍ୱକପ୍‌ରେ ସର୍ବାଧିକ ଛକା ମାରିବା ରେକର୍ଡ ରଖିଛନ୍ତି। ସେ ଏହି ଟୁର୍ନାମେଣ୍ଟରେ ୩୩ଟି ମ୍ୟାଚରେ ୬୩ଟି ଛକା ମାରିଛନ୍ତି। ରୋହିତ ଦୁଇ ନମ୍ବରରେ ଏବଂ ଯୁବରାଜ ସିଂ ତୃତୀୟ ସ୍ଥାନରେ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri