Posted inଖେଳ

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦ ଲିଗ ଖେଳାଯାଉଛି। ତେବେ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଭାରତ ପାଇଁ ସବୁଠୁ ଦ୍ରୁତ ଶତକର ରେକର୍ଡ ବୈଭବ ସୂର୍ଯ୍ୟବଂଶୀ କିମ୍ବା ଅଭିଷେକ ଶର୍ମାଙ୍କ ନାଁରେ ନୁହେଁ। ଏହି ରେକର୍ଡ ଏବେ ବି ରୋହିତ ଶର୍ମାଙ୍କ ନାଁରେ ରହିଛି।
ଭାରତ ପାଇଁ ଟି-୨୦ରେ ସବୁଠୁ ଦ୍ରୁତ ଶତକ ହାସଲ କରିବାର ରେକର୍ଡ ଗତ ୯ ବର୍ଷ ଧରି ରୋହିତ ଶର୍ମାଙ୍କ ନାଁରେ ରହିଛି। ୨୦୧୭ରେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ରୋହିତ ମାତ୍ର ୩୫ ବଲରେ ଶତକ ପୂରଣ କରିଥିଲେ। ସେହି ମ୍ୟାଚରେ ରୋହିତ ୪୩ ବଲରେ ୧୧୮ ରନର ବିସ୍ଫୋରକ ଇନିଂସ ଖେଳିଥିଲେ। ତାଙ୍କ ଇନିଂସରେ ଥିଲା ୧୨ଟି ଚୌକା ଓ ୧୦ଟି ଛକା। ରୋହିତ ଓ କେଏଲ ରାହୁଲ ପ୍ରଥମ ଉଇକେଟ୍‌ ପାଇଁ ମାତ୍ର ୧୨.୪ ଓଭରରେ ୧୬୫ ରନ୍‌ର ଐତିହାସିକ ଭାଗିଦାରୀ କରିଥିଲେ।

ଫୁଲ-ମେମ୍ବର ଦେଶଗୁଡ଼ିକର ଟି-୨୦ ଅନ୍ତର୍ଜାତୀୟ ରେକର୍ଡକୁ ଦେଖିଲେ ରୋହିତଙ୍କ ଏହି ଶତକ ବିଶ୍ୱର ତୃତୀୟ ଦ୍ରୁତତମ ଶତକ। ତାଙ୍କଠାରୁ ଦ୍ରୁତ ଶତକ ସିକନ୍ଦର ରଜା ଓ ଫିନ ଆଲେନ ୩୩ ବଲରେ ହାସଲ କରିଛନ୍ତି।
ଗତ ୯ ବର୍ଷରେ ରୋହିତଙ୍କ ରେକର୍ଡ ଭାଙ୍ଗିବାର ସବୁଠୁ ନିକଟତମ ପହଞ୍ଚିଥିବା ଭାରତୀୟ ବ୍ୟାଟର୍‌ ହେଉଛନ୍ତି ଅଭିଷେକ ଶର୍ମା। ୨୦୨୫ରେ ଇଂଲଣ୍ଡ ବିପକ୍ଷରେ ଅଭିଷେକ ମାତ୍ର ୩୭ ବଲ୍ରେ ଶତକ ପୂରଣ କରିଥିଲେ। ସେହି ମ୍ୟାଚରେ ଅଭିଷେକ ୫୪ ବଲରେ ୧୩୫ ରନର ବିସ୍ଫୋରକ ପାଳି ଖେଳିଥିଲେ। ତାଙ୍କ ଇନିଂସରେ ୭ଟି ଚୌକା ଓ ୧୩ଟି ଛକା ଥିଲା। ଟି-୨୦ ଅନ୍ତର୍ଜାତୀୟରେ ଭାରତ ପାଇଁ ଏହା ଏପର୍ଯ୍ୟନ୍ତ ସର୍ବାଧିକ ବ୍ୟକ୍ତିଗତ ସ୍କୋର।

ଭାରତ ପାଇଁ ସବୁଠୁ ଦ୍ରୁତ ଟି-୨୦ ଶତକ
୩୫ ବଲ ରୋହିତ ଶର୍ମା
୩୭ ବଲ ଅଭିଷେକ ଶର୍ମା
୪୦ ବଲ ସଞ୍ଜୁ ସାମସନ
୪୧ ବଲ ତିଳକ ବର୍ମା
୪୨ ବଲ ଈଶାନ କିଶନ

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri