Posted inଖେଳ

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ ଦିଗରେ ଆଗକୁ ବଢୁଛି। ଅଧିନାୟକ ଶୁଭମନ ଗିଲଙ୍କ ସହ ରୋହିତ ଶର୍ମା, ବିରାଟ କୋହଲି, ରବୀନ୍ଦ୍ର ଜାଡେଜା ଓ କେଏଲ ରାହୁଲଙ୍କ ଭଳି ଅଭିଜ୍ଞ ଖେଳାଳିଙ୍କ ଅଭିଜ୍ଞତା ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ।

ବିଶ୍ୱକପର ପ୍ରତ୍ୟେକ ସଂସ୍କରଣରେ ଅନେକ ରେକର୍ଡ ତିଆରି ହୋଇଛି ଏବଂ ଭାଙ୍ଗିଛି। ରେକର୍ଡର କଥା ଉଠିଲେ କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମ ଆଗକୁ ଆସେ। କିନ୍ତୁ ବିଶ୍ୱକପ ଇତିହାସରେ ଏପରି କିଛି ରେକର୍ଡ ରହିଛି, ଯେଉଁଥିରେ ସଚିନଙ୍କ ନାମ ନାହିଁ। ସେଥିମଧ୍ୟରୁ ଗୋଟିଏ ହେଉଛି ବିଶ୍ୱକପରେ ସର୍ବାଧିକ ଛକା ମାରିବାର ରେକର୍ଡ।

ବିଶ୍ୱକପ ଇତିହାସରେ ସର୍ବାଧିକ ଛକା ମାରିଥିବା ବ୍ୟାଟର ହେଉଛନ୍ତି ଭାରତୀୟ ତାରକା ରୋହିତ ଶର୍ମା। ରୋହିତ ଏପର୍ଯ୍ୟନ୍ତ ୨୮ଟି ଇନିଂସ୍ରେ ୫୪ଟି ଛକା ମାରିଛନ୍ତି। ବିଶ୍ୱକପ ଇତିହାସରେ ୫୦ରୁ ଅଧିକ ଛକା ମାରିଥିବା ଏକମାତ୍ର ବ୍ୟାଟର ହେଉଛନ୍ତି ରୋହିତ।

ଏହାସହ ଗୋଟିଏ ବିଶ୍ୱକପ ସଂସ୍କରଣରେ ସର୍ବାଧିକ ଛକା ମାରିବାର ରେକର୍ଡ ମଧ୍ୟ ରୋହିତଙ୍କ ନାମରେ ରହିଛି। ୨୦୨୩ ବିଶ୍ୱକପରେ ରୋହିତ ୩୧ଟି ଛକା ମାରିଥିଲେ।

-୫୪ ଛକା ରୋହିତ ଶର୍ମା
-୪୯ ଛକା କ୍ରିସ ଗେଲ
-୪୩ ଛକା ଗ୍ଲେନ ମ୍ୟାକ୍ସୱେଲ
-୪୧ ଛକା ଡେଭିଡ ୱାର୍ଣ୍ଣର
-୩୭ ଛକା ଏବି ଡିଭିଲିୟର୍ସ

ରୋହିତଙ୍କ ପଛକୁ ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ୱେଷ୍ଟଇଣ୍ଡିଜର ଧୂଆଁଧାର ବ୍ୟାଟର କ୍ରିସ ଗେଲ। ଗେଲ ବିଶ୍ୱକପର ମୋଟ ୪୯ଟି ଛକା ମାରିଛନ୍ତି। ତାଙ୍କ ପରେ ଗ୍ଲେନ ମ୍ୟାକ୍ସୱେଲ ୪୩ ଓ ଡେଭିଡ ୱାର୍ଣ୍ଣର ୪୧ ଛକା ସହ ତାଲିକାରେ ରହିଛନ୍ତି। ବିଶ୍ୱକପରେ ସର୍ବାଧିକ ଛକା ମାରିଥିବା ଭାରତୀୟଙ୍କ ତାଲିକାରେ ରୋହିତ ଶର୍ମା ଶୀର୍ଷରେ ରହିଛନ୍ତି। ତାଙ୍କ ପରେ ସଚିନ ତେନ୍ଦୁଲକର ୨୭ଟି ଛକା ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି।

ସେହିପରି ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ବିଶ୍ୱକପରେ୨୫ଟି ଛକା ମାରିଥିବା ବେଳେ ଶ୍ରେୟସ ଆୟରଙ୍କ ନାମରେ ୨୪ଟି ଛକା ରହିଛି। ଅନ୍ୟପଟେ ବିରାଟ କୋହଲି ଭାରତୀୟଙ୍କ ଟପ୍‌-୫ ଛକା ତାଲିକାରେ ସ୍ଥାନ ପାଇନାହାନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?