Posted inଖେଳ

ପଡ଼ିଆରେ ଶୋଇ ଏହି କଥା ଚିନ୍ତା କରୁଛନ୍ତି ରୋହିତ ଶର୍ମା

ଅହମଦାବାଦ,୧।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାରି ଟେଷ୍ଟ ସିରିଜର ଶେଷ ମ୍ୟାଚ ମାର୍ଚ୍ଚ ୪ରୁ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ସିରିଜ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କାରଣ ଟେଷ୍ଟ ସିରିଜ ଭାରତକୁ ଜିତିବ ନା ଇଂଲଣ୍ଡ ଏହାକୁ ଡ୍ର କରିବ ତାହା ଏହି ମ୍ୟାଚରୁ ହିଁ ଜଣାପଡିବ। ଚତୁର୍ଥ ଟେଷ୍ଟ ମ୍ୟାଚରେ ସମସ୍ତଙ୍କ ନଜର ମଧ୍ୟ ପିଚ ଉପରେ ରହିବ। ଏହି ସମୟରେ ରୋହିତ ଶର୍ମା ତାଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କରି ଚର୍ଚ୍ଚାକୁ ଆସୁଛନ୍ତି। ଏହି ପୋଷ୍ଟ ସେ ପିଚ୍‌ରେ ଶୋଇ ଚିନ୍ତିତ ଥିବା ନଜର ଆସୁଛନ୍ତି। ଫଟୋ କ୍ୟାପଶନରେ କହିଛନ୍ତି, ଚତୁର୍ଥ ଟେଷ୍ଟ ପାଇଁ ପିଚ କ’ଣ ହେବ ଚିନ୍ତା କରୁଛି। ସୂଚନାଯୋଗ୍ୟ, ତୃତୀୟ ଟେଷ୍ଟ ଦେଢ ଦିନରେ ଶେୟ ହେବା ପରେ ପିଚ୍‌ର ମାନକୁ ନେଇ ପ୍ରଶ୍ନ ଉଠିଥିଲା। ଏପରିସ୍ଥଳେ ଚତୁର୍ଥ ଟେଷ୍ଟ ସମାନ ପିଚ୍‌ରେ ଖେଳାଯିବାକୁ ଥିବାବେଳେ ପିଚ୍‌ କ’ଣ ହେବ ସେନେଇ ସମସ୍ତେ ଚିନ୍ତିତ ଅଛନ୍ତି। ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ପ୍ରଥମ ଇନିଂସରେ ଚମତ୍କାର ୬୬ ସ୍କୋର କରିଥିଲେ ଏବଂ ଦ୍ୱିତୀୟ ଇନିଂସରେ ୨୫ରେ ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri