Posted inଖେଳ

ଟିମ୍‌ ଇଣ୍ଡିଆକୁ ଲାଗିପାରେ ଝଟ୍‌କା ! ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଅଧିନାୟକ ଆହତ

ଲକ୍ଷ୍ନୌ,୨୯।୧୦: ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ଷ୍ଟାଡିୟମରେ ଅଭ୍ୟାସ ବେଳେ ତାଙ୍କ ହାତରେ ଆଘାତ ଲାଗିଛି। ଏହା କେତେ ଗୁରୁତର ତାହା ଜଣାପଡ଼ି ନାହିଁ। ହେଲେ ଯଦି ସେ ସମ୍ପୂର୍ଣ୍ଣ ଫିଟ୍‌ ଅନୁଭବ ନ କରନ୍ତି ତେବେ ଇଂଲଣ୍ଡ ବିପକ୍ଷରେ ରବିବାର ଖେଳାଯିବାକୁ ଥିବା ମ୍ୟାଚ୍‌ରୁ ବାଦ ପଡ଼ିପାରନ୍ତି ବୋଲି କୁହାଯାଇଛି।

ରୋହିତ ଚଳିତ ବିଶ୍ୱକପ୍‌ରେ ଭଲ ଫର୍ମରେ ଅଛନ୍ତି। ସେ ୫ ମ୍ୟାଚ୍‌ରେ ୧୩୩ ଷ୍ଟ୍ରାଇକ୍‌ ରେଟ୍‌ରେ ଏକ ଶତକ ସହ ୩୧୧ ରନ୍‌ କରିଛନ୍ତି। ଏଣୁ ରୋହିତଙ୍କୁ ଆଘାତ ଲାଗିବା ଦଳର ଚିନ୍ତା ବଢ଼ାଇଛି।

ପ୍ରକାଶ ଯେ, ପୂର୍ବରୁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇ ଦଳରୁ ବାଦ୍‌ ପଡ଼ିଛନ୍ତି। ଭାରତ ବନାମ ବାଲାଂଦେଶ ମୁକାବିଲାରେ ସେ ଆହତ ହୋଇଥିଲେ। ଏହାପରେ ତାଙ୍କୁ ଏନ୍‌ସିଏ ପଠାଇ ଦିଆଯାଇଛି। ନିକଟରେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଥିବା ଅପ୍‌ଡେଟ୍‌ ଅନୁଯାୟୀ ହାର୍ଦ୍ଦିକଙ୍କ ଗ୍ରେଡ୍‌ ୧ ଲିଗାମେଣ୍ଟରେ ଆଘାତ ଲାଗିଥିବାରୁ ସେ ଭାରତ ପକ୍ଷରୁ ଆଉ କିଛି ମ୍ୟାଚ୍‌ ଖେଳି ନ ପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri