Posted inଖେଳ

ପୁଣି ଇତିହାସ ରଚିଲେ ରୋହିତ ଶର୍ମା, ୩ଟି ଫର୍ମାଟରେ ଏମିତି କଲେ କାରନାମା

ଅହମ୍ମଦାବାଦ,୨୫।୨: ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ଟେଷ୍ଟ ଅହମ୍ମଦାବାଦର ନବନିର୍ମିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନରେ ଟସ ଜିତିବା ପରେ ଇଂଲଣ୍ଡ ବ୍ୟାଟିଂ କରିଥିଲା। କିନ୍ତୁ ପୂରା ଦଳ ମାତ୍ର ୧୧୨ ରନ୍‌ରେ ଆଉଟ୍‌ ହୋଇଯାଇଥିଲା। ଭାରତ ପକ୍ଷରୁ ଅକ୍ଷର ପଟେଲ ୬ ଓ ରବିଚନ୍ଦ୍ରନ ଅଶ୍ୱିନ ୩ ଉଇକେଟ ନେଇଥିଲେ। ପିଙ୍କ୍‌ ବଲ ଟେଷ୍ଟରେ ୫ ଉଇକେଟ ନେବାରେ ଅକ୍ଷର ପ୍ରଥମ ଭାରତୀୟ ସ୍ପିନର ହୋଇଥିଲେ। ବୋଲିଂ ପରେ ରୋହିତ ଶର୍ମା ମଧ୍ୟ ବ୍ୟାଟିଂରେ ରେକର୍ଡ ସୃଷ୍ଟି କରିଥିଲେ। ସେ ନିଜ ମାଟିରେ ଅନ୍ତର୍ଜାତୀୟ କ୍ରିକେଟରେ ୬ ହଜାର ରନ ପୂରଣ କରିଥିଲେ। ଏପରି କରିବାରେ ସେ ହେଉଛନ୍ତି ନବମ ଭାରତୀୟ ବ୍ୟାଟ୍ସମ୍ୟାନ। ତାଙ୍କ ପୂର୍ବରୁ ସଚିନ ତେନ୍ଦୁଲକର (୧୪୧୯୨ ରନ), ବିରାଟ କୋହଲି (୯୬୮୮ରନ), ରାହୁଲ ଦ୍ରାବିଡ (୯୦୦୪ ରନ), ବୀରେନ୍ଦ୍ର ସେହ୍ବାଗ (୭୭୯୬ ରନ), ମହେନ୍ଦ୍ର ସିଂ ଧୋନୀ (୭୫୭୫ରନ), ମହମ୍ମଦ ଅଜହରୁଦ୍ଦିନ (୬୫୭୫ ରନ), ସୌରଭ ଗାଙ୍ଗୁଲି (୬୪୧୦ ରନ), ସୁନୀଲ ଗାଭାସ୍କର (୬୨୫୯ ରନ) ଏପରି କରିଛନ୍ତି।
ଏହା ବ୍ୟତୀତ ରୋହିତ ମଧ୍ୟ ତାଙ୍କ ନାମରେ ଆଉ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟେଷ୍ଟ, ଏକଦିବସୀୟ ଏବଂ ଟି -୨୦ ଫର୍ମାଟରେ ଅଢେଇ ହଜାରରୁ ଅଧିକ ରନ ସ୍କୋର କରିବାରେ ତୃତୀୟ ବ୍ୟାଟ୍ସମ୍ୟାନ ହୋଇଥିଲେ। ବିରାଟ କୋହଲି ଏବଂ ମାର୍ଟିନ ଗୁପ୍ତିଲ ମଧ୍ୟ ଆଗରୁ ଏହା କରିସାରିଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ରୋହିତ ମଧ୍ୟ ଏକ ହଜାର ରନ ସ୍କୋର କରିବାର ନିକଟତର ହୋଇଛନ୍ତି। ସେ ଏପର୍ଯ୍ୟନ୍ତ ୧୦ଟି ମ୍ୟାଚରେ ୯୦୦ରୁ ଅଧିକ ରନ ସଂଗ୍ରହ କରିଛନ୍ତି। ଅଜିଙ୍କେ ରାହାଣେ ହେଉଛନ୍ତି ଏକମାତ୍ର ବ୍ୟାଟ୍ସମ୍ୟାନ ଯିଏକି ଭାରତ ପାଇଁ ଡବ୍ଲୁଟିଏସିରେ ଏକ ହଜାରରୁ ଅଧିକ ରନ ସ୍କୋର କରିଛନ୍ତି। ସେ ଏପର୍ଯ୍ୟନ୍ତ ୧୦୬୧ ରନ ସଂଗ୍ରହ କରିଛନ୍ତି। ରୋହିତ ଡବ୍ଲୁଟିସି ଅଧୀନରେ ଦଶମ ମ୍ୟାଚ ଖେଳୁଛନ୍ତି। ଏଥିରେ ସେ ଚାରି ଶତକ ଏବଂ ଅର୍ଦ୍ଧଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri