Posted inଖେଳ

ରୋହିତଙ୍କ ପାଖରେ ବଡ଼ ସୁଯୋଗ, ଭାଙ୍ଗି ପାରନ୍ତି କ୍ରିସ୍‌ ଗେଲ୍‌ଙ୍କ ରେକର୍ଡ

ନୂଆଦିଲ୍ଲୀ, ୦୭।୦୮: ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ୱାନ୍‌ଡେ ସିରିଜ୍‌ର ଆଜି ଶେଷ ଦିନ ଅର୍ଥାତ ଆଜି ଶେଷ ମ୍ୟାଚ୍‌ । ଏହି ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଟାଇ ହୋଇଯାଇଥିଲା । ଦ଼୍ବିତୀୟ ମ୍ୟାଚ୍‌ ୩୨ ରନ୍‌ରେ ଶ୍ରୀଲଙ୍କା ବିଜୟୀ ହୋଇଥିଲା । ହେଲେ ବର୍ତ୍ତମାନ ଭାରତ ଆଗରେ ବଡ଼ ସୁଯୋଗ ରହିିଛି । ଶେଷ ମ୍ୟାଚ୍‌ ଜିତି ସିରିଜ୍‌ ବରାବର କରିବାକୁ ଚେଷ୍ଟା କରିବ ଭାରତ ।

ଏହାରି ଭିତରେ କ୍ରିକେଟ୍‌ପ୍ରେମୀଙ୍କ ନଜର କ୍ୟାପ୍ଟେନ୍‌ ରୋହିତ ଶର୍ମାଙ୍କ ଉପରେ ରହିଛି । ଦୁଇଟି ଯାକ ମ୍ୟାଚ୍‌ରେ ରୋହିତ ଅର୍ଦ୍ଧ ଶତକ ହାସଲ କରିଛନ୍ତି । ରୋହିତଙ୍କ ପାଖରେ ତୃତୀୟ ମ୍ୟାଚ୍‌ରେ କ୍ରିସ୍‌ ଗେଲ୍‌ଙ୍କ ରେକର୍ଡ ଭାଙ୍ଗିବାର ସୁଯୋଗ ମଧ୍ୟ ରହିଛି । ବିଶ୍ୱ କ୍ରିକେଟର ସବୁଠାରୁ ବେଷ୍ଟ୍‌ ଓପନିଂ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ରୋହିତ ଶର୍ମାଙ୍କୁ ଗଣାଯାଏ। ଏହି କାରଣରୁ ରୋହିତଙ୍କୁ ହିଟମ୍ୟାନ ମଧ୍ୟ କୁହାଯାଏ। ଯଦି ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ତୃତୀୟ ଦିନିକିଆରେ ରୋହିତ ଶର୍ମା ନିଜର ଫର୍ମ ବଜାୟ ରଖିବାରେ ସଫଳ ହୁଅନ୍ତି ଏବଂ ୨ଟି ଛକା ମାରଛନ୍ତି, ତେବେ ସେ ଓଡିଆଇରେ ସର୍ବାଧିକ ଛକା ମାରିବା କ୍ଷେତ୍ରରେ ସାହିଦ ଆଫ୍ରିଦିଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିବେ।

ସମ୍ପ୍ରତି ରୋହିତଙ୍କ ନାମରେ୨୬୪ଟି ମ୍ୟାଚରେ ୩୩୦ ଛକା ରହିଛି ଏବଂ ସେ ତୃତୀୟ ସ୍ଥାନରେ ଥିବାବେଳେ ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ୱେଷ୍ଟଇଣ୍ଡିଜ ଦଳର ପୂର୍ବତନ ଖେଳାଳି କ୍ରିସ ଗେଲ ଅଛନ୍ତି । ତାଙ୍କର ୩୩୧ ଛକା ମାରିବାର ରେକର୍ଡ ରହିଛି। ଏହି ତାଲିକାରେ ପ୍ରଥମ ସ୍ଥାନରେ ଥିବା ସହିଦ ଆଫ୍ରିଦିଙ୍କ ଓଡିଆଇରେ ୩୫୧ ଛକା ମାରିବାର ରେକର୍ଡ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri