Posted inଖେଳ

‘ମୁଁ ଖେଳିବା ଛାଡିଦେବି…’, କ୍ରିକେଟ ଜଗତରେ ହଇଚଇ ସୃଷ୍ଟି କଲା ରୋହିତ ଶର୍ମାଙ୍କ….

ନୂଆଦିଲ୍ଲୀ,୧୭।୭: ୧୯ ଜୁଲାଇ ଦିନ ରୋହିତ ଶର୍ମା ନିଜ ଆନ୍ତର୍ଜାତୀୟ କ୍ୟାରିୟରର ଶେଷ ମ୍ୟାଚ ଖେଳିବେ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ (ODI) ମ୍ୟାଚ ଲର୍ଡସ ମୈଦାନରେ ଖେଳାଯିବ ଏବଂ ମିଡିଆ ରିପୋର୍ଟରେ ଦାବି କରାଯାଇଛି ଯେ ଏହି ମୈଦାନରେ ହିଁ ରୋହିତ ନିଜର ଶେଷ ମ୍ୟାଚ ଖେଳିବେ। ତେବେ ରୋହିତ କିମ୍ବା ବିସିସିଆଇ (BCCI) ପକ୍ଷରୁ ଏ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

ରୋହିତ ଶର୍ମାଙ୍କ ସନ୍ନ୍ୟାସକୁ ନେଇ ଗୁଜବ ସୃଷ୍ଟି ହେବା ଏହା ପ୍ରଥମ ଘଟଣା ନୁହେଁ। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଜିତିଥିଲା, ସେତେବେଳେ ମଧ୍ୟ ରୋହିତଙ୍କ ସନ୍ନ୍ୟାସକୁ ନେଇ ବିଭିନ୍ନ ପ୍ରକାର ଦାବି ସାମ୍ନାକୁ ଆସିଥିଲା। ଅନ୍ୟପଟେ ୭ ମେ’ ଦିନ ସେ ଟେଷ୍ଟ ଫର୍ମାଟକୁ ଅଲବିଦା କହିଥିଲେ। ସେତେବେଳେ ‘ହିଟ୍‌ମ୍ୟାନ’ କହିଥିଲେ ଯେ ଯେତେବେଳେ ତାଙ୍କ ମନ କହିବ ‘ବାସ୍‌ ଆଉ ନୁହେଁ’, ସେତେବେଳେ ସେ କ୍ରିକେଟକୁ ଅଲବିଦା କହିଦେବେ।

ଏହା ଗତ ବର୍ଷର କଥା, ଯେତେବେଳେ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏକ ସାକ୍ଷାତକାରରେ ରୋହିତ ଶର୍ମା କହିଥିଲେ, “ଯେଉଁଦିନ ମୋତେ ଲାଗିବ ଯେ ମୁଁ ପଡ଼ିଆରେ ସେହି କାମ କରିପାରୁନାହିଁ ଯାହା ମୁଁ କରିବାକୁ ଚାହୁଁଛି, ମୁଁ ସେହି ଦିନ ହିଁ ଖେଳିବା ଛାଡ଼ିଦେବି। କିନ୍ତୁ ବର୍ତ୍ତମାନ ପାଇଁ ମୋର ବିଶ୍ୱାସ ରହିଛି ଯେ ମୁଁ ଯାହା କରୁଛି ତାହା ଦଳକୁ ସାହାଯ୍ୟ କରୁଛି।”

ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଚୟନକର୍ତ୍ତାମାନେ ରୋହିତ ଶର୍ମାଙ୍କୁ ଜଣାଇ ଦେଇଛନ୍ତି ଯେ ସେ ୨୦୨୭ ବିଶ୍ୱକପ ଯୋଜନାରେ ସାମିଲ ନାହାନ୍ତି। କୁହାଯାଇଛି ଯେ ଆସନ୍ତା ବର୍ଷ ବିଶ୍ୱକପ ପାଇଁ ସିଲେକ୍ଟର୍ସ ଯଶସ୍ବୀଙ୍କୁ ସୁଯୋଗ ଦେବାକୁ ଚାହୁଁଛନ୍ତି, ଯିଏକି ଦୀର୍ଘ ସମୟ ହେବ ନିଜ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ତେବେ ଏହି ସମ୍ବନ୍ଧରେ ଏପର୍ଯ୍ୟନ୍ତ କୌଣସି ଆଧିକାରିକ (ଆନୁଷ୍ଠାନିକ) ସ୍ପଷ୍ଟୀକରଣ ମିଳିପାରିନାହିଁ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri