Posted inଖେଳ

କେ.ଏଲ୍‌. ରାହୁଲଙ୍କୁ ଉପ-ଅଧିନାୟକ ପଦରୁ ହଟାଯିବା ପରେ ଏଭଳି ପ୍ରତିକ୍ରିୟା ଦେଲେ ରୋହିତ

ନୂଆଦିଲ୍ଲୀ,୨୮।୨: ଅଷ୍ଟ୍ରେଲିଆ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ମ୍ୟାଚ୍‌ ମାର୍ଚ୍ଚ ୧ରୁ ଇନ୍ଦୋରରେ ଆରମ୍ଭ ହେବ। ଏହି ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ପ୍ରଥମ ଥର ଲାଗି କେ.ଏଲ୍‌. ରାହୁଲଙ୍କ ଫର୍ମ ସହ ଉପ-ଅଧିନାୟକ ପଦରୁ ହଟାଯିବା ନେଇ ପ୍ରତିକ୍ରିୟା ରଖିଛନ୍ତି।

ମ୍ୟାଚ ପୂର୍ବରୁ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରୋହିତ କହିଛନ୍ତି, କାହାକୁ ଉପ-ଅଧିନାୟକ ପଦରୁ ହଟାଯିବାର ଅନ୍ୟ କୌଣସି ଅର୍ଥ ବାହାର କରାଯିବା ଉଚିତ ନୁହେଁ। ପୂର୍ବରୁ ଚୟନକର୍ତ୍ତାମାନେ ଅବଶିଷ୍ଟ ଦୁଇଟି ଟେଷ୍ଟ ମ୍ୟାଚ୍‌ ପାଇଁ ଦଳ ଘୋଷଣା କରିବାବେଳେ କେ.ଏଲ୍‌ଙ୍କ ନାମ ସେଥିରେ ଥିଲା। ହେଲେ ତାଙ୍କୁ ଉପ-ଅଧିନାୟକ ପଦରୁ ହଟାଇ ଦିଆଯାଇଥିଲା। ତେବେ ତାଙ୍କୁ ଉପ-ଅଧିନାୟକ କରାଯାଇଥିଲା କାରଣ ସେହି ସମୟରେ ଦଳରେ ତାଙ୍କଠାରୁ ଅଧିକ ଅଭିଜ୍ଞ କେହି ନ ଥିଲେ। ଏହା ଏକ ବଡ କଥା ନୁହେଁ ବୋଲି ରୋହିତ କହିଛନ୍ତି।

କେ.ଏଲ୍‌ ବାଦ୍‌ ପଡ଼ିଲେ ତାଙ୍କ ସ୍ଥାନରେ ଶୁଭମନ ଗିଲଙ୍କୁ ଇନ୍ଦୋର ଟେଷ୍ଟରେ ସୁଯୋଗ ମିଳିବ ବୋଲି ଚର୍ଚ୍ଚା ହେଉଥିଲା। ଏହା ଉପରେ ପ୍ରତିକ୍ରିୟା ରଖି ରୋହିତ କହିଛନ୍ତି ଯେ ଦଳରେ ଉପସ୍ଥିତ ଥିବା ୧୭ ଜଣ ଖେଳାଳି ଖେଳିବାର ସୁଯୋଗ ପାଇପାରିବେ। ଯେଉଁମାନେ ଅଧିକ ପ୍ରତିଭାଶାଳୀ ସେମାନଙ୍କୁ ଦଳ ସୁଯୋଗ ଦେଇଥାଏ ବୋଲି ସେ କହିଛନ୍ତି।

ଏହା ବ୍ୟତୀତ ରୋହିତ ଶର୍ମା ଚତୁର୍ଥ ଟେଷ୍ଟରେ ପିଚ୍‌ ବିଷୟରେ ମଧ୍ୟ ଏକ ବଡ଼ କଥା କହିଛନ୍ତି। ଯଦି ଇନ୍ଦୋରରେ ଇଚ୍ଛାକୃତ ଫଳାଫଳ ମିଳେ ତେବେ ଅହମ୍ମଦାବାଦ ପିଚକୁ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପର ପ୍ରସ୍ତୁତି ଭାବରେ ରଖାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?