Posted inଖେଳ

ବିଶ୍ୱକପ୍‌ ପରାଜୟକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ରୋହିତ ଶର୍ମା

ସେଞ୍ଚୁରିଅନ୍‌,୨୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ ମ୍ୟାଚ୍‌ ବିଶିଷ୍ଟ ଟ୍ଷେଟ ସିରିଜ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଟିମ୍‌ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ପ୍ରେସ୍‌ କନଫରେନ୍ସ କରିଛନ୍ତି। ଏହି ଅବସରରେ ସେ ଗତ ବିଶ୍ୱକପ୍‌ ପରାଜୟକୁ ନେଇ ପ୍ରଥମଥର ମୁହଁ ଖୋଲିଛନ୍ତି।
ରୋହିତ କହିଛନ୍ତି, ଆମେ ଯେଉଁଭଳି ଭାବରେ ବିଶ୍ୱକପ୍‌ ଖେଳିଥିଲୁ , ସେଠାରୁ ହାରିବା ବେଶ୍‌ କଠିନ ଥିଲା। ଆରମ୍ଭରୁ ୧୦ଟି ମ୍ୟାଚ୍‌ ଆମେ ଚମତ୍କାର ପ୍ରଦର୍ଶନ କରିଥିଲୁ। ଫାଇନାଲ୍‌ରେ ଏମିତି ହୋଇପାରିଲା ନାହିଁ। ଏମିତି ପରାଜୟରୁ ବାହାରିବା କଷ୍ଟକର ହୋଇଥାଏ। କିନ୍ତୁ ଆଜିକାଲି ଅଧିକ କ୍ରିକେଟ୍‌ ଖେଳାଯାଉଛି, ଏଥିପାଇଁ ଆଗକୁ ବଢିବାକୁ ହେବ। ଏହା ମୋ ପାଇଁ ମଧ୍ୟ ଆଗକୁ ବଢିବା କଷ୍ଟକର। ଆମକୁ ବାହାରୁ ବହୁତ ସମର୍ଥନ ମିଳିଛି। ଏହା ଆମକୁ ବହୁତ ପ୍ରେରଣା ଦେଇଛି।
ଦକ୍ଷିଣ ଆଫ୍ରିକାରେ ଆମେ କେବେ ସିରିଜ୍‌ ଜିତିନାହୁଁ। ଆମେ ଯଦି ଏଠାରେ ସିରିଜ୍‌ ଜିତୁ ତେବେ ସବୁକିଛି ଭଲ ହେବ। ସମସ୍ତେ ପରିଶ୍ରମ କରୁଛୁ ବୋଲି ରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri