Posted inଖେଳ

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ ହାସଲ କରିବା ସହ ତାଙ୍କ ସେହି ସମାଲୋଚକମାନଙ୍କୁ ଜବାବ ଦେଇଥିଲେ, ଯେଉଁମାନେ ବାରମ୍ବାର ତାଙ୍କ ସନ୍ନ୍ୟାସ ନେଇ ଖବର ପ୍ରଚାର କରୁଛନ୍ତି।

ରୋହିତ ଶର୍ମାଙ୍କ ବିଷୟରେ ଏପରିକି ଖବର ମଧ୍ୟ ପ୍ରଚାର ହୋଇଥିଲା ଯେ, ଲର୍ଡସରେ ହେବାକୁ ଥିବା ଦିନିକିଆ ମ୍ୟାଚ ପରେ ସେ ସନ୍ନ୍ୟାସ ଘୋଷଣା କରିବେ। କିନ୍ତୁ ଏହା ପରେ ବିସିସିଆଇକୁ ନିଜେ ସ୍ପଷ୍ଟୀକରଣ ଦେବାକୁ ପଡ଼ିଥିଲା ଯେ, ରୋହିତ ଶର୍ମା ସନ୍ନ୍ୟାସ ନେଉନାହାନ୍ତି।

ତେବେ ଏବେ ପୁଣି ଥରେ ରୋହିତ ଶର୍ମାଙ୍କ ସନ୍ନ୍ୟାସକୁ ନେଇ ଅଟକଳ ଆରମ୍ଭ ହୋଇଛି। ଏହାର କାରଣ ହେଉଛି ଏକ ଖୁସି ଖବର। ଖବର ଅନୁଯାୟୀ, ରୋହିତ ଶର୍ମା ଏକ ରିଆଲିଟି ଶୋ’ରେ କାମ କରିବାକୁ ଯାଉଛନ୍ତି, ଯେଉଁଥିରେ ସେ ଆଙ୍କର ଭୂମିକାରେ ନଜର ଆସିବେ। ଏହି ଶୋ’ର ନାମ ‘ଏଣ୍ଟରଟେନମେଣ୍ଟ କା ହିଟମ୍ୟାନ’ ବୋଲି ଜଣାପଡ଼ିଛି।

କୁହାଯାଉଛି ଯେ, ରୋହିତ ଶର୍ମାଙ୍କ ଏହି ଶୋ’ ସେପ୍ଟେମ୍ବରରେ ଲଞ୍ଚ ହେବ। ଭାରତର ପରବର୍ତ୍ତୀ ଦିନିକିଆ ସିରିଜ ମଧ୍ୟ ସେପ୍ଟେମ୍ବରରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବ। ଏହାକୁ ନେଇ ଅଟକଳ କରାଯାଉଛି ଯେ, ରୋହିତ ଏବେ ରିଆଲିଟି ଶୋ’ରେ ନଜର ଆସିବେ ଏବଂ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳିବେ ନାହିଁ।

ରୋହିତଙ୍କ ପ୍ରଶଂସକମାନେ ଆଶା କରିବେ ଯେ, ଏହି ଖବର ମଧ୍ୟ ଭୁଲ ପ୍ରମାଣିତ ହେଉ। କାରଣ ରୋହିତଙ୍କ ବ୍ୟାଟିଂ ଏବଂ ଫିଟନେସକୁ ଦେଖିଲେ ଲାଗୁଛି ଯେ, ଏହି ଖେଳାଳି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ ଖେଳିପାରନ୍ତି। ତେବେ ସୂତ୍ର ଅନୁଯାୟୀ, କିଛି ଚୟନକର୍ତ୍ତା ଏହା ଚାହୁଁନାହାନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?