Posted inଖେଳ

ଘରୋଇ ମଇଦାନରେ ରୋହିତଙ୍କ ରହିଛି ଏଭଳି ରେକର୍ଡ, ଫିକା ପଡ଼ିପାରନ୍ତି ଇଂଲଣ୍ଡ ବୋଲର୍‌

ନୂଆଦିଲ୍ଲୀ,୨୭।୧: କୋଭିଡ-୧୯ ପରେ ଭାରତରେ ପ୍ରଥମ ଥର ପାଇଁ ଅନ୍ତଃରାଷ୍ଟ୍ରୀୟ କ୍ରିକେଟ ଖେଳାଯିବ। ଇଂଲଣ୍ଡର ଟିମ୍‌ ସିରିଜ୍‌ ଖେଳିବା ଲାଗି ଭାରତ ଗସ୍ତରେ ଆସିବ। ଫେବୃୟାରୀ ୫ରୁ ଚେନ୍ନାଇରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ହେତୁ ଭାରତୀୟ ଦଳ ଫର୍ମରେ ରହିଛି। ଦଳର ପ୍ରମୁଖ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ରୋହିତ ଶର୍ମା ଜୋ ରୁଟ୍‌ଙ୍କ ଟିମ୍‌ ପାଇଁ ବିପଦ ସାଜିପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଅଷ୍ଟ୍ରେଲିଆ ଗସ୍ତରେ ସେତେଟା ଭଲ ପ୍ରଦର୍ଶନ କରିପାରି ନ ଥିଲେ ରୋହିତ। ହେଲେ ଘରୋଇ ମଇଦାନରେ ସେ ଦୃଢ଼ ପ୍ରଦର୍ଶନ କରିଥାନ୍ତି। ଉଭୟ ସ୍ବିଙ୍ଗ୍‌ ଏବଂ ସ୍ପିନ୍‌କୁ ଭଲରେ ଖେଳିବାର କ୍ଷମତା ତାଙ୍କର ରହିଛି। ଏଣୁ ଇଂଲଣ୍ଡର ବୋଲରମାନେ ଅଡ଼ୁଆରେ ପଡ଼ି ପାରନ୍ତି।

ଥରେ ପଡ଼ିଆରେ କିଛି ସମୟ ରହିବା ପରେ ରୋହିତ ବୋଲରଙ୍କୁ ଚିନ୍ତାରେ ପକାଇ ଦିଅନ୍ତି। ମୋଟାମୋଟି ଭାବେ ଦେଖିଲେ ମୁମ୍ବାଇର ଏହି ବ୍ୟାଟ୍ସମ୍ୟାନ୍‌ ଘରୋଇ ମଇଦାନରେ ୧୪ ଟେଷ୍ଟରେ ହାରାହାରି ୮୮ ଅନୁପାତରେ ୬ ଶତକ ମାରିଛନ୍ତି।

ଘରୋଇ ମଇଦାନରେ ରୋହିତଙ୍କ ରେକର୍ଡ କିଛି ଏଭଳି:
-୧୪ ମ୍ୟାଚ୍‌
-୨୦ ପାଳି
-୧୩୨୫ ରନ୍‌
-୬୯.୨୯ ଷ୍ଟ୍ରାଇକ୍‌ ରେଟ୍‌
-୬ ଶତକ
-୫ ଅର୍ଦ୍ଧଶତକ
-୨୧୨ ସର୍ବଶ୍ରେଷ୍ଠ ସ୍କୋର


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri