Posted inଖେଳ

ରୋହିତଙ୍କ ଆହତ ସମସ୍ୟା ଉପରେ ଆସିଲା ଅପଡେଟ୍‌

ଦୁବାଇ,୧୯।୯: ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)ର ପ୍ରଥମ ମ୍ୟାଚ୍‌ରେ ବିଶ୍ରାମ ଭାରତୀୟ ଦଳର ଉପଅଧିନାୟକ ରୋହିତ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଛି। ସେ ଏବେ ଆଣ୍ଠୁ ଜନିତ ସମସ୍ୟାରୁ ମୁକୁଳିଛନ୍ତି। ଏଣୁ ତାଙ୍କୁ ଆହୁରି ବିଶ୍ରାମ ଦେବାକୁ ନିଷ୍ପତ୍ତି ନେଇଛି ମୁମ୍ବାଇ ଦଳର ଟିମ୍‌ ମ୍ୟାନେଜମେଣ୍ଟ। ତାଙ୍କ ଅନୁପସ୍ଥିତିରେ କିରନ ପୋଲାର୍ଡ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଦଳର ନେତୃତ୍ୱ ଭାର ସମ୍ଭାଳି ଥିଲେ।

ଚଳିତ ମାସ ପ୍ରାରମ୍ଭରେ ଖେଳାଯାଇଥିବା ଓଭାଲ ଟେଷ୍ଟରେ ରୋହିତଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। ଏହି ଟେଷ୍ଟର ଦ୍ୱିତୀୟ ଇନିଂସରେ ଶତକୀୟ ପାଳି ଖେଳିଥିଲେ ଭାରତୀୟ ଓପନର। ଏମ୍‌ଆଇ ମୁଖ୍ୟ କୋଚ୍‌ ମହେଳା ଜୟଓ୍ବର୍ଦନେ କହିଛନ୍ତି, ରୋହିତଙ୍କୁ ସିଏସ୍‌କେ ବିପକ୍ଷ ମ୍ୟାଚ୍‌ରୁ ଦୂରେଇ ରଖିବା ସତର୍କତା ମୂଳକ ପଦକ୍ଷେପ। ଆମେ ଜାଣିଶୁଣି ତାଙ୍କୁ ଅଧିକ ଦୁଇ ଦିନର ବିଶ୍ରାମ ଦେବାକୁ ନିଷ୍ପତ୍ତି ନେଇଛୁ।

ଆସନ୍ତା ୨୩ ତାରିଖରେ ମୁମ୍ବାଇ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ଆବୁ ଧାବିଠାରେ ଭେଟିବ। ତେବେ ଆଇପିଏଲ ଶେଷ ହେବାର ତୁରନ୍ତ ପରେ ଟି୨୦ ବିଶ୍ୱକପ୍‌ ଖେଳାଯିବାକୁ ଥିବାରୁ ରୋହିତଙ୍କ ଫିଟ୍‌ନେସ ଉପରେ କେହି ଚାନ୍ସ ନେବାକୁ ଚାହୁଁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri