Posted inଖେଳ

ପନ୍ତଙ୍କୁ ଓପନିଂ ପଠାଇବାର କାରଣ କହିଲେ ରୋହିତ

ଅହମ୍ମଦାବାଦ,୧୦।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ପାଇଁ ରୋହିତ ଶର୍ମାଙ୍କ ସହ ଓପନିଂ କରିବାକୁ ଓହ୍ଲାଇଥିଲେ ରିଷଭ ପନ୍ତ। ଟିମ୍‌ ମ୍ୟାନେଜମେଣ୍ଟର ଏଭଳି ନିଷ୍ପତ୍ତି ସଭିଙ୍କୁ ଚକିତ କରି ଦେଇଥିଲା। ପ୍ରଥମ ଥର ପାଇଁ ପନ୍ତ ଦିନିକିଆରେ ଓପନିଂ କରିବାକୁ ସୁଯୋଗ ପାଇଥିଲେ। ଦଳରେ ଲୋକେଶ ରାହୁଲ ଥିବାବେଳେ  ପନ୍ତଙ୍କ ଓପନିଂ କରିବା ଘଟଣା ଉପରେ ସୋସିଆଲ ମିଡିଆରେ ପ୍ରଶ୍ନ ଉଠାଇଥିଲେ ଅନେକ ପ୍ରଶଂସକ। ସେଟ୍‌ ହେବା ପାଇଁ ଆରମ୍ଭରୁ ଧୈର୍ଯ୍ୟର ସହ ଖେଳିଥିଲେ ପନ୍ତ। କିନ୍ତୁ ଓଡେନ ସ୍ମିଥଙ୍କ ଅଫ୍‌ ଷ୍ଟମ୍ପ ବାହାର ବଲକୁ ଲେଗ୍‌ ସାଇଡ୍‌ ମାରିବାକୁ ଯାଇ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଆଉଟ୍‌ ହେବା ପୂର୍ବରୁ ସେ ୧୮ ରନ୍‌ କରିଥିଲେ।

ମ୍ୟାଚ୍‌ ଶେଷ ହେବା ପରେ ପନ୍ତଙ୍କ ଓପନିଂ କରିବା ପଛର କାରଣ କହିଥିଲେ ଅଧିନାୟକ ରୋହିତ। “ମୋତେ କିଛି ଭିନ୍ନ କରିବାକୁ କୁହାଯାଇଥିଲା। ଏଣୁ ଏଭଳି ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ଲୋକେ ରିଷଭଙ୍କୁ ଓପନିଂ କରୁଥିବା ଦେଖି ଖୁସି ହେବେ, ହେଲେ ଏହା ସ୍ଥାୟୀ ନୁହେଁ। ପରବର୍ତ୍ତୀ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଲାଗି ବରିଷ୍ଠ ଓପନର ଶିଖର ଧାଓ୍ବନ ଉପଲବ୍ଧ ହେବେ। ଆମେ ସର୍ବଦା ଫଳାଫଳ ବିଷୟରେ ଚିନ୍ତା କରୁ ନାହିଁ। ଭବିଷ୍ୟତକୁ ଦୃଷ୍ଟିରେ ରଖି ଆମେ କିଛି ନୂଆ କରିବାକୁ ଚାହୁଁଛୁ। ଯଦି ଏହି ପ୍ରକ୍ରିୟାରେ ଆମେ ଗୋଟେ ମ୍ୟାଚ୍‌ ହାରିଯାଉ, ତେବେ କିଛି ଫରକ ପଡ଼ିବ ନାହିଁ” ବୋଲି ରୋହିତ କହିଛନ୍ତି।

ରୋହିତଙ୍କ ଏଭଳି ନିଷ୍ପତ୍ତି ପଛର କାରଣ ଲୋକେଶ ରାହୁଲଙ୍କୁ ମଧ୍ୟକ୍ରମରେ ଖେଳାଇବା। ଦୀର୍ଘ ଦିନ ହେଲା ୪ର୍ଥ କ୍ରମ ଟିମ୍‌ ଇଣ୍ଡିଆ ପାଇଁ ଚିନ୍ତାର କାରଣ ହୋଇ ରହିଛି। ଏହି କ୍ରମରେ ରାହୁଲ ବ୍ୟାଟିଂ କରି ୪୯ ରନ୍‌ର ଗୁରୁତ୍ୱପୂର୍ଣ୍ଣ ପାଳି ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri