Posted inଖେଳ

ପରାଜୟର ପ୍ରକୃତ କାରଣ କହିଲେ ରୋହିତ ଶର୍ମା

ଦୁବାଇ,୫।୯: ଏସିଆ କପ ୨୦୨୨ର ସୁପର-୪ ରାଉଣ୍ଡ ମ୍ୟାଚରେ ପାକିସ୍ତାନ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି। ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ ସଂଗ୍ରହ କରିଥିଲା। ଏହିପରି ଭାବରେ ମ୍ୟାଚ ଜିତିବା ପାଇଁ ପାକିସ୍ତାନକୁ ୨୦ ଓଭରରେ ୧୮୨ ରନ ସଂଗ୍ରହ କରିବାରଥିଲା। ପାକିସ୍ତାନ ୧୯.୫ ଓଭରରେ ୫ ଉଇକେଟ ହରାଇ ମ୍ୟାଚ ଜିତିଥିଲା। ପାକିସ୍ତାନ ପାଇଁ ଉଇକଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ୪ଟି ଚୌକା ଓ ୬ଟି ଛକା ସହାୟତାରେ ୫୧ ବଲରେ ୭୧ ରନର ଚମତ୍କାର ଇନିଂସ ଖେଳିଥିଲେ।
ଏଥି ସହିତ ଏହି ମ୍ୟାଚ ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି, ଉଭୟ ଦଳ ପାଇଁ ଏକ ୁରୁତ୍ୱପୂର୍ଣ୍ଣ ମ୍ୟାଚ। ମହମ୍ମଦ ରିଜୱାନ ଏବଂ ମହମ୍ମଦ ନୱାଜ ଚମତ୍କାର ବ୍ୟାଟିଂ କରିଥିଲେ। ଏହି ସହଭାଗୀତା ମ୍ୟାଚର ଗତି ବଦଳାଇଥିଲା। ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବା ସହଜ ହୋଇଯାଇଥିଲା, କିନ୍ତୁ ଆମ ଭୁଲରୁ ଏହା ଶିଖିବା ଆମ ପାଇଁ ଏକ ବଡ଼ ସୁଯୋଗ। ପ୍ରଥମେ ମୁଁ ଭାବିଲି ଏହା ଏକ ଭଲ ସ୍କୋର, କିନ୍ତୁ କ୍ରେଡିଟ ପାକିସ୍ତାନକୁ ଯାଉଛି। ଆମ ଅପେକ୍ଷା ପାକିସ୍ତାନ ଦଳ ଭଲ କ୍ରିକେଟ ଖେଳିଥିଲା। ବିରାଟ କୋହଲି ଚମତ୍କାର ବ୍ୟାଟିଂ କରିଥିଲେ, କିନ୍ତୁ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ରିଷଭ ପନ୍ତଙ୍କ ଉଇକେଟ ଭୁଲ ସମୟରେ ପତ୍ତନ ହୋଇଥିଲା।
ବର୍ତ୍ତମାନ ମଙ୍ଗଳବାର ଭାରତ ଏସିଆ କପ ୨୦୨୨ ସୁପର-୪ ରାଉଣ୍ଡରେ ଶ୍ରୀଲଙ୍କାକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri