Posted inଖେଳ

ସିରିଜ୍‌ ବିଜୟ ପରେ ଏମିତି କହିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୭।୧୨; ଟିମ ଇଣ୍ଡିଆ ଟି -୨୦ସିରିଜରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛ। ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ରବିବାର ଅଷ୍ଟ୍ରେଲିଆକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ସିରିଜରେ ଭାରତ ଏବେ ୨-୦ ଅଗ୍ରଣୀ ହାସଲ କରିଛି। ଟିମ ଇଣ୍ଡିଆର ବିଜୟକୁ ନେଇ ସବୁଆଡେ ଖେଳାଳିଙ୍କୁ ପ୍ରଶଂସା କରାଯାଉଛି। ରୋହିତ ଶର୍ମାଙ୍କ ପରି ଭେଟେରାନମାନେ ଏହି ସିରିଜରେ ଖେଳୁ ନ ଥିଲେ ମଧ୍ୟ ଭାରତ ସିରିଜ୍‌ ବିଜୟ ହେବା ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା। ସିରିଜ ଜିତିବା ପରେ ରୋହିତ ଦଳର ସମସ୍ତ ଖେଳାଳିଙ୍କୁ ପ୍ରଶଂସା କରିଥିଲେ। ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନକୁ କରିବା ପରେ ରୋହିତ ଶର୍ମା ଆହତ କାରଣରୁ ଅଷ୍ଟ୍ରେଲିଆ ଯାଇପାରି ନ ଥିଲେ। ଏବେ ପ୍ରଥମ ଥର ପାଇଁ ଟି-୨୦ ସିରିଜ ଜିତିବା ପରେ ରୋହିତ ଟୁଇଟରରେ ଲେଖିଛନ୍ତି, ଟିମ ଇଣ୍ଡିଆ ପାଇଁ ସିରିଜରେ ଏହା ଏକ ଜବରଦସ୍ତ ବିଜୟ। ଟିମ ଇଣ୍ଡିଆ ଯେପରି ଏହି ବିଜୟ ହାସଲ କଲା ତାହା ଦେଖି ଭଲ ଲାଗିଲା। ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ। ବିଜୟ ପରେ ଅଧିନାୟକ ବିରାଟ କୋହଲି ମଧ୍ୟ ରୋହିତ ଶର୍ମାଙ୍କୁ ମନେ ପକାଇଥିଲେ। ମ୍ୟାଚ ପରେ ବିରାଟ କହିଥିଲେ ଏହା ଏକ ବଡ଼ ବିଜୟ। ଏକ ଦଳ ଭାବରେ ଆମେ ଟି -୨୦ ମ୍ୟାଚ ରେ ଭଲ ପ୍ରଦର୍ଶନ କରିଛୁ। ବିଶେଷ କଥା ହେଉଛି ଏହି ମ୍ୟାଚରେ ଆମେ ରୋହିତ ଶର୍ମା ଏବଂ ଜସପ୍ରୀତ ବୁମ୍‌ରା ବିନା ଖେଳିଥିଲୁ ଏବଂ ଏହା ସତ୍ତ୍ୱେ ସେମାନେ ଜିତିଥିଲେ। ଏଭଳି ପରିସ୍ଥିତିରେ ଏହି ବିଜୟ ଆହୁରି ଗୁରୁତ୍ୱପୂର୍ଣ୍ଣ ହୋଇଯାଏ। ରୋହିତ ଶର୍ମାଙ୍କ ଆଘାତକୁ ନେଇ ଅନେକ ବିବାଦ ଥିଲା। କ୍ୟାପଟେନ ବିରାଟ କୋହଲି ଅଷ୍ଟ୍ରେଲିଆରେ ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ କହିଥିଲେ ଯେ ରୋହିତଙ୍କ ଆଘାତକୁ ନେଇ ତାଙ୍କୁ ଅନ୍ଧାରରେ ରଖାଯାଇଛି। ବିରାଟ କହିଥିଲେ ଯେ ରୋହିତ କାହିଁକି ଅଷ୍ଟ୍ରେଲିଆ ଆସିନାହାଁନ୍ତି ଏବଂ ଏବେ ତାଙ୍କ ଆଘାତରେ ପରିସ୍ଥିତି କ’ଣ ରହିଛି ସେ ସମ୍ପର୍କରେ ତାଙ୍କର କୌଣସି ସୂଚନା ନାହିଁ। ବିରାଟଙ୍କ ଏହି ବିବୃତ୍ତି ପରେ ଭାରତରେ ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା। ରୋହିତ ଏବଂ ବିରାଟଙ୍କ ମଧ୍ୟରେ ବିବାଦ ଥିବା ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri