Posted inଖେଳ

ଅଷ୍ଟ୍ରେଲିଆ ପାର୍ଲାମେଣ୍ଟରେ ଏମିତି କଥା କହିଦେଲେ ରୋହିତ ଶର୍ମା: ସମସ୍ତେ କରୁଛନ୍ତି ବାଃ ବାଃ

କାନବେରା,୨୯ା୧୧: ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ୍‌ ମଧ୍ୟରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ୍‌ଙ୍କୁ ଭେଟିଛି ଭାରତୀୟ କ୍ରିକେଟ ଦଳ। ନଭେମ୍ବର ୩୦ ତାରିଖରେ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଏକାଦଶ ବିପକ୍ଷରେ ଅଭ୍ୟାସ ମ୍ୟାଚ୍‌ ରହିଥିବା ବେଳେ ଭାରତୀୟ ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି। ଡିସେମ୍ବର ୬ ତାରିଖରେ ଆଡିଲେଡ୍‌ରେ ଅଭ୍ୟାସ ମ୍ୟାଚ୍‌ ଖେଳିବ ଭାରତ। ୫ ମ୍ୟାଚ୍‌ବିଶିଷ୍ଟ ଏହି ସିରିଜ୍‌ରେ ଭାରତ ୧-୦ରେ ଆଗୁଆ ରହିଛି। ପର୍ଥରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌କୁ ଭାରତ ୨୯୫ ରନ୍‌ ବ୍ୟବଧାନରେ ଜିତି ନେଇଥିଲା।
ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଖେଳାଳିମାନେ ଆନ୍ଥୋନୀ ଆଲବାନିଜ୍‌ଙ୍କୁ ଭେଟିଥିଲେ। ଏହି ଅବସରରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ପ୍ରଥମ ଟେଷ୍ଟରେ ଚମତ୍କାର ପ୍ରଦର୍ଶନ ପାଇଁ ଯଶ୍‌ପ୍ରୀତ ବୁମ୍‌ରା ଓ ବିରାଟ କୋହଲିଙ୍କୁ ପ୍ରଶଂସା କରିଥିଲେ। ଅଷ୍ଟ୍ରେଲିଆ ପାର୍ଲାମେଣ୍ଟରେ ଭାରତୀୟ ଖେଳାଳିଙ୍କୁ ଭେଟିବା ସହ ଏହାର ଫଟୋ ସୋସିଆଲ ମିଡିଆ ସାଇଟ୍‌ ଏକ୍ସରେ ପୋଷ୍ଟ କରିଥିଲେ। ଏହା ସହିତ ମାନୁକା ଓଭାଲରେ ଖେଳାଯିବାକୁ ଥିବା ଅଭ୍ୟାସ ମ୍ୟାଚ୍‌ ପାଇଁ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଏକାଦଶର ଅଧିନାୟକ ଜ୍ୟାକ୍‌ ଏଡ୍‌ଓ୍ବାର୍ଡସ ଓ ଅନ୍ୟ ଖେଳାଳିମାନଙ୍କୁ ମଧ୍ୟ ଆମନ୍ତ୍ରଣ କରାଯାଇଥିଲା।
ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଅଷ୍ଟ୍ରେଲିଆ ପାର୍ଲାମେଣ୍ଟକୁ ସମ୍ବୋଧିତ କରିଥିଲେ। ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ରହିଥିବା ଦ୍ୱିପାକ୍ଷିକ ସମ୍ପର୍କ ଓ ଉଭୟ ରାଷ୍ଟ୍ରର କ୍ରିକେଟ ପ୍ରତି ଥିବା ଭଲପାଇବା ସମ୍ପର୍କରେ ସେ କହିଥିଲେ। ଭାରତୀୟ ଖେଳାଳିଙ୍କୁ ଅଷ୍ଟ୍ରେଲିଆର ଚ୍ୟାଲେଞ୍ଜ ପସନ୍ଦ ଆସିଥାଏ ବୋଲି କହିଥିଲେ ରୋହିତ। ଭାରତ ଅତୀତରେ ଅଷ୍ଟ୍ରେଲିଆରେ ଖେଳାଯାଇଥିବା ଉଭୟ ବର୍ଡର ଗାଭାସ୍କର ଟ୍ରଫି ଭାରତ ଜିତି ନେଇଛି। ଭାରତୀୟ ଦଳ ଏହି ସଫଳତା ଦୋହରାଇବାକୁ ପ୍ରୟାସ କରିବ ବୋଲି ସେ କହିଥିଲେ। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ କ୍ରିକେଟ ବଡ଼ ଭୂମିକା ଗ୍ରହଣ କରିଥାଏ। ପୂର୍ବରୁ ୨୦୨୩ରେ ଅହମଦାବାଦରେ ଖେଳା ଯାଇଥିବା ଟେଷ୍ଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଉଭୟ ଦଳର ଖେଳାଳିଙ୍କୁ ଭେଟିଥିଲେ ଆନ୍ଥୋନୀ ଆଲବାନିଜ୍‌।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri