Posted inଖେଳ

ଏହି କ୍ରିକେଟର୍‌ଙ୍କୁ ସାଲ୍ୟୁଟ୍‌ କଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ

କୋଲକତା,୨୨।୧୧: ତୃତୀୟ ତଥା ଶେଷ ଟି -୨୦ ମ୍ୟାଚରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୭୩ ରନ୍ରେ ପରାସ୍ତ କରିଛି। କୋଲକାତାର ଇଡେନ ଗାର୍ଡେନ୍ସରେ ଭାରତୀୟ ଅଧିନାୟକ ରୋହିତ ଶର୍ମା, ଦୀପକ ଚହର ଏବଂ ହର୍ଷଲ ପଟେଲ ଚମତ୍କାର ପ୍ରଦର୍ଶନ କରିଥିଲେ। ରୋହିତ ୩୧ ଟି ବଲରେ ୫୬ ରନ ସଂଗ୍ରହ କରିଥିଲେ। ଏଥିରେ ପାଞ୍ଚ ଚୌକା ଓ ତିନି ଛକା ସାମିଲ ଥିଲା। ହର୍ଷଲ ପଟେଲ (୧୧ ବଲରୁ ୧୮ ରନ) ଏବଂ ଚହର (ଆଠଟି ବଲରୁ ୨୧ ରନ)ଙ୍କ ଅବଦାନରେ ୧୮୪ ରନ ସ୍କୋର କରିବାରେ ସଫଳ ହୋଇଥିଲା। ଶେଷ ପାଞ୍ଚ ଓଭରରେ ଭାରତୀୟ ବ୍ୟାଟ୍ସମ୍ୟାନ ୫୦ ରନ ସଂଗ୍ରହ କରିଥିଲେ।
ଚହର ଶେଷ ଓଭରରେ ଆଦାମ ମିଲନଙ୍କୁ ପ୍ରହାର କରିଥିଲେ। ୨୦ ତମ ଓଭରରେ, ଚହର ଦୁଇଟି ଚୌକା ବ୍ୟତୀତ ୯୫ ମିଟର ଲମ୍ବା ଛକା ମଧ୍ୟ ମାରିଥିଲେ। ଏହି ଛକା ଦେଖି ରୋହିତ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଏବଂ ସେ ଦୀପକ ଚହରଙ୍କୁ ସାଲ୍ୟୁଟ ମାରିଥିଲେ। ମ୍ୟାଚ ପରେ ରୋହିତ ଶର୍ମା ହର୍ଷଲ ଏବଂ ଚହରଙ୍କୁ ମଧ୍ୟ ପ୍ରଶଂସା କରିଥିଲେ। ସେ କହିଛନ୍ତି, ଆମେ ମଝି ଓଭରରେ ଭଲ କରିପାରିଥାନ୍ତେ କିନ୍ତୁ ଆମର ନିମ୍ନ ଅର୍ଡର ବ୍ୟାଟ୍ସମ୍ୟାନମାନେ ବ୍ୟାଟିଂ କରିଥିବାରୁ ମୁଁ ଖୁସି।

https://twitter.com/ashMSDIAN7/status/1462442920229826560


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍‌ପି

ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ।…

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri